ରେଳ ଦୁର୍ଘଟଣାର ତଦନ୍ତ କରିବେ ସିଆରଏସ୍: ଆର୍ଥିକ ସହାୟତା ଘୋଷଣା

ଭୁବନେଶ୍ୱର,୩୦।୩: ରବିବାର ପୂର୍ବାହ୍ନରେ ନିରଗୁଣ୍ଡି ଷ୍ଟେସନ ନିକଟରେ ଘଟିଥିବା ୧୨୫୫୧ ବାଙ୍ଗାଲୋର-କାମାଖ୍ୟା ଏସି ଏସ୍ଏଫ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ ହେବା ଘଟଣାର ବିସ୍ତୃତ ତଦନ୍ତ କମିଶନର ଅଫ୍ ରେଲୱେ ସେଫ୍ଟି (ସିଆରଏସ୍) କରିବେ ବୋଲି ପୂର୍ବତଟ ରେଳପଥ (ଇସିଓଆର୍) ସୂଚନା ଦେଇଛି।

ପ୍ରଭାବିତ ରୁଟ୍‌ଗୁଡ଼ିକରେ ଯଥାଶୀଘ୍ର ସ୍ୱାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ସୁରକ୍ଷା ପ୍ରୋଟୋକଲ୍ କଡ଼ାକଡ଼ି ପାଳନ କରାଯାଇଛି ବୋଲି ଇସିଓଆର୍ କହିଛି। ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତ ବ୍ୟକ୍ତିଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇବା ସହିତ ଆହତ ଯାତ୍ରୀମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛି। ଏହା ସହିତ ଆହତ ଯାତ୍ରୀମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛି।

ଏହି ଦୁର୍ଘଟଣାରେ ୨୨ ବର୍ଷ ବୟସ୍କ ଶୁଭଙ୍କର ରାୟ ପ୍ରାଣ ହରାଇଛନ୍ତି। ସେହିପରି ଜଣେ ମହିଳା ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି ଏବଂ ଅନ୍ୟ ଦୁଇ ପୁରୁଷ ଯାତ୍ରୀ ସାଧାରଣ ଆଘାତ ପାଇଁ ଚିକିତ୍ସିତ ହେଉଛନ୍ତି। ମୃତକଙ୍କ ସମ୍ପର୍କୀୟଙ୍କୁ ୫,୦୦,୦୦୦ ଟଙ୍କା ସହାୟତା ଘୋଷଣା କରାଯାଇଥିଲା ବେଳେ ଗୁରୁତରଙ୍କ ପାଇଁ ୨,୫୦,୦୦୦ ଟଙ୍କା ଏବଂ ସାମାନ୍ୟ ଆହତଙ୍କ ପାଇଁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri