କାମାକ୍ଷା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ: ଜଣେ ଯାତ୍ରୀ ମୃତ, ୭ ଆହତ

ଚୌଦ୍ୱାର,୩୦ା୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍‌ଚ୍ୟୁତ ହେବାରୁ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୭ ଜଣ ହୋଇଛନ୍ତି। ଯାତ୍ରୀଙ୍କ ମୃତ୍ୟୁ ନେଇ ସୂଚନା ଦେଇଛନ୍ତି ଏସ୍‌ସିବି କର୍ତ୍ତୃପକ୍ଷ। ଅନ୍ୟ ଆହତମାନେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ଟ୍ରେନ୍‌ ନଂ ୧୨୫୫୧ ବେଙ୍ଗାଲୁରୁରୁ କାମାକ୍ଷା ଯାଉଥିଲା। ଏନେଇ ପୂର୍ବତଟ ରେଲଓ୍ବେ ପକ୍ଷରୁ ସୂଚନା ମିଳିଛି। ଟ୍ରେନ୍‌ଟି ଟ୍ରାକ୍‌ରୁ ଖସିଯିବା ପରେ ଅନେକ ଯାତ୍ରୀ ଭୟଭୀତ ହୋଇ ଡେଇଁ ପଡ଼ିଥିଲେ। ଫଳରେ ଯାତ୍ରୀମାନେ ଆହତ ହୋଇଥିଲେ।

ଏକ୍ସପ୍ରେସ ଲାଇନ୍‌ଚ୍ୟୁତ ହେବା ପରେ ହେଲ୍ପଲାଇନ୍‌ ନମ୍ବର ଜାରି କରିଛି ପୂର୍ବତଟ ରେଳପଥ। କଟକ ପାଇଁ ହେଲ୍ପ ଲାଇନ୍‌ ନମ୍ବର- ୮୯୯୧୧୨୪୨୩୮, କଟକ ପାଇଁ ମୋବାଇଲ ନଂ- ୭୨୦୫୧୪୯୫୯୧, ଭୁବନେଶ୍ବର ୧ନଂ ପ୍ଲାଟ୍‌ଫର୍ମରେ ହେଲ୍ପ ଡେସ୍କ ବ୍ୟବସ୍ଥା କରାଯାଇଛି। ହେଲ୍ପ ଡେସ୍କ ପାଇଁ ୮୧୧୪୩୮୨୩୭୧ ନଂ ଜାରି କରାଯାଇଛି। ସେହିପରି ଖୋର୍ଦ୍ଧା ରୋଡ୍‌ ପାଇଁ ହେଲ୍ପ ଡେସ୍କ- ୦୬୭୪୨୪୯୨୨୪୫, ଭଦ୍ରକ ପାଇଁ ହେଲ୍ପ ଲାଇନ ନଂ- ୯୪୩୭୪୪୩୪୬୯ ଜାରି କରାଯାଇଛି।

ଘଟଣାସ୍ଥଳରେ ଆର୍‌ପିଏଫ୍‌, ଜିଆର୍‌ପିଏଫ୍‌ ଏବଂ ସ୍ଥାନୀୟ ଲୋକେ ଉଦ୍ଧାର କରୁଥିବା ଜଣାପଡ଼ିଛି। ଟ୍ରେନ୍‌ କିପରି ଲାଇନଚ୍ୟୁତ ହେଲା ତାହାର କାରଣ ଏଯାଏ ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri