ଚର୍ଚ୍ଚାରେ ଅନମୋଲ ଅଙ୍କିତା

ଭବାନୀପାଟଣା,୬।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଭବାନୀପାଟଣା ସହରର ଝିଅ ଅନମୋଲ ଅଙ୍କିତା ନୂଆଦିଲ୍ଲୀସ୍ଥିତ ନୂଆ ସଂସଦ ଭବନରେ ଲାଲବାହାଦୁର ଶାସ୍ତ୍ରୀଙ୍କ ଉପରେ ଇଂଲିଶରେ ବକ୍ତୃତା ଉପସ୍ଥାପନା କରି ଏବେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ଆନୁକୂଲ୍ୟରେ ଅନ୍‌ଲାଇନରେ ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଉପରେ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ଅଙ୍କିତା ଜିଲା ତଥା ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ। ଦେଶବ୍ୟାପୀ ଅନୁଷ୍ଠିତ ପ୍ରତିଯୋଗିତାରେ ଅଙ୍କିତା ପ୍ରଥମ ୭ଜଣଙ୍କ ମଧ୍ୟରେ ସ୍ଥାନ ପାଇଥିଲେ। ଫଳରେ ସେ ସଂସଦ ଭବନରେ ଲାଲବାହଦୁର ଶାସ୍ତ୍ରୀଙ୍କ ଉପରେ ଇଂଲିଶରେ ବକ୍ତୃତା ରଖିବାକୁ ଯୋଗ୍ୟ ବିବେଚିତ ହୋଇଥିଲେ। କଳାହାଣ୍ଡିର ଝିଅ ସଂସଦ ଭବନରେ ବକ୍ତୃତା ରଖିବା ପ୍ରଥମ ଘଟଣା।

ଏହି ସଫଳତାକୁ ନେଇ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ଭବାନୀପାଟଣା ମନ୍ଦାରବଗିଚା ପଡାର ରାକେଶ କୁମାର ସ୍ବାଇଁ ଓ ଶୁଭଶ୍ରୀ ସାମନ୍ତଙ୍କ ଝିଅ ଅଙ୍କିତା ସ୍ଥାନୀୟ ବିମଳା କନଭେଣ୍ଟରୁ ଦଶମ ଶ୍ରେଣୀ ପାସ କରିବା ପରେ ଖୋର୍ଦ୍ଧାସ୍ଥିତ ୱାନନେଶ ଇଣ୍ଟରନ୍ୟାଶନାଲ ସ୍କୁଲରୁ ଯୁକ୍ତ ୨ ପାସ୍‌ କରିଥିଲେ। ଏହି ନିକଟରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟରୁ ସ୍ନାତକ ଡିଗ୍ରୀ ହାସଲ ପରେ ଏବେ ସେ ବିଭିନ୍ନ ପ୍ରତିଯୋଗିତାପାଇଁ ପ୍ରସ୍ତୁତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ାମାରି ବନ ବିଭାଗ ପକ୍ଷରୁ ବିଶ୍ଵ ହସ୍ତୀ ଦିବସ ପାଳିତ: ହାତୀ ସୁରକ୍ଷା ପାଇଁ ସଚେତନତା ସଭା

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ନେଇ ଚନ୍ଦ୍ରଗିରି ରେଞ୍ଜ ପୋଡ଼ାମାରି ବନ ବିଭାଗ ପକ୍ଷରୁ ବିଶ୍ଵ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri