Posted inଜାତୀୟ

ଭାଜପା ଘୋଷଣା ପତ୍ରକୁ ‘ମିଛ ପତ୍ର’ କହିଲେ କମଲନାଥ

ଭୋପାଳ,୧୨।୧୧: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଆଉ କିଛି ଦିନ ବାକି ଅଛି। ସମସ୍ତ ରାଜନୈତିକ ଦଳ ନିର୍ବାଚନ ପାଇଁ ପ୍ରସ୍ତୁତ ହୋଇଛନ୍ତି। ଏହା ପୂର୍ବରୁ ରାଜନୈତିକ ଦଳର ନେତାମାନେ ପରସ୍ପରକୁ ଟାର୍ଗେଟ କରୁଛନ୍ତି। କଂଗ୍ରେସ ପରେ ଭାଜପା ମଧ୍ୟ ନିର୍ବାଚନ ସମ୍ପର୍କରେ ନିଜର ଘୋଷଣା ପତ୍ର ଜାରି କରିଛି। ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ରାଜ୍ୟ ସଭାପତି କମଲ ନାଥ ଭାଜପା ଘୋଷଣା ପତ୍ରକୁ ନେଇ ଆକ୍ରମଣ କରିଛନ୍ତି। ଚିଣ୍ଡୱାରା ନିର୍ବାଚନ ପ୍ରଚାର ସମୟରେ କମଲ ନାଥ କହିଛନ୍ତି, ଭାଜପାର ଘୋଷଣା ପତ୍ର ମିଛ। ସେମାନଙ୍କର କୌଣସି ନିରପେକ୍ଷ ଚିନ୍ତାଧାରା ନାହିଁ, ଦର୍ଶନ ନାହିଁ, ସେଥିପାଇଁ ସେମାନେ କଂଗ୍ରେସକୁ ନକଲ କରିଛନ୍ତି।
ଭାଜପା ଏହାର ଘୋଷଣା ପତ୍ର ପ୍ରକାଶ କରିଛି। ଏଥିରେ ଗରିବ ଲୋକଙ୍କୁ ପାଞ୍ଚ ବର୍ଷ ପାଇଁ ମାଗଣା ରାସନ ଯୋଗାଇଦେବାକୁ ପ୍ରତିଶୃତି ଦିଆଯାଇଛି। ଏହା ବ୍ୟତୀତ ଭାଜପା ଚାଷୀଙ୍କୁ ଖୁସି କରିବାକୁ ଚେଷ୍ଟା କରିଛି। ଭାଜପା କୃଷକମାନଙ୍କଠାରୁ ଗହମ କ୍ୱିଣ୍ଟାଲ ପିଛା ୨୭୦୦ ଟଙ୍କା ଏବଂ ଧାନ କିଣ୍ଟାଲ ପିଛା ୩୧୦୦ ଟଙ୍କାରେ କିଣିବାକୁ ପ୍ରତିଶୃତି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri