Posted inଜାତୀୟ

ଭାଜପାରେ ଯୋଗଦେବା ନେଇ ଏମିତି କହିଲେ କମଲ ନାଥ

ଭୋପାଳ,୧୮।୨: ମଧ୍ୟପ୍ରଦେଶ ରାଜନୀତିରେ ଅଶାନ୍ତି ଲାଗି ରହିଛି। ଏହାର କାରଣ ହେଉଛି ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥ ଏବଂ ତାଙ୍କ ପୁଅ ଏମ୍‌ପି ନକୁଲ ନାଥ। ପ୍ରାୟ ଏକ ସପ୍ତାହ ଧରି ମଧ୍ୟପ୍ରଦେଶରୁ ଦିଲ୍ଲୀ ପର୍ଯ୍ୟନ୍ତ ରାଜନୈତିକ ସର୍କଲରେ ଚର୍ଚ୍ଚା ଚାଲିଛି ଯେ ବରିଷ୍ଠ କଂଗ୍ରେସ ନେତା କମଲ ନାଥ ଏବଂ ତାଙ୍କ ପୁଅ ଭାରତୀୟ ଜନତା ପାର୍ଟିରେ ଯୋଗଦେବାକୁ ଯାଉଛନ୍ତି। ଏଥିସହ ଭାଜପା, କଂଗ୍ରେସ ଏବଂ ଶିବସେନା (ୟୁବିଟି) ର ନେତାଙ୍କ ଠାରୁ ମଧ୍ୟ ଅନେକ ବିବୃତ୍ତି ଆସିଛି।
କିନ୍ତୁ ସେପଟେ କମଲ ନାଥ ରବିବାର ଦିଲ୍ଲୀରେ ନିଜର ପ୍ରତିକ୍ରିୟା ଦେଇଛନ୍ତି। ଭାଜପାରେ ଯୋଗଦେବା ନେଇ କଳ୍ପନା ଜଳ୍ପନାର ବିଷୟ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା କମଲ ନାଥ ଗଣମାଧ୍ୟମକୁ କହିଛନ୍ତି, ମୁଁ ଗତକାଲି କହିଥିଲି ଯେ ଯଦି ଏପରି କିଛି ଘଟେ, ତେବେ ମୁଁ ତୁମ ସମସ୍ତଙ୍କୁ କହିବି। ମୁଁ କାହା ସହିତ କଥାବାର୍ତ୍ତା କରି ନାହିଁ। ଆଜି ବି ତାହା ହିଁ କହୁଛି। ମୁଁ ଭାଜପାରେ ଯୋଗଦେବା ନେଇ କୌଣସି ନେତାଙ୍କ ସହ କଥା ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri