Posted inଜାତୀୟ

କଂଗ୍ରେସ ଛାଡ଼ିବେ କି କମଲନାଥଙ୍କ ପୁଅ? ଟୁଇଟର୍‌ ବାୟୋରୁ ହଟାଇଲେ ଦଳର ନାମ-ଲୋଗୋ

ଭୋପାଳ,୧୭।୨: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ପୁଅ ତଥା ଛିନ୍ଦଓ୍ବାଡା ଏମ୍‌ପି ନକୁଳନାଥ କଂଗ୍ରେସ ଛାଡ଼ିବା ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ସେ ସୋସିଆଲ ମିଡିଆର ଭିନ୍ନ ଭିନ୍ନ ପ୍ଲାଟଫର୍ମରୁ କଂଗ୍ରେସ ଦଳର ନାମ ଏବଂ ଲୋଗୋ ହଟାଇ ଦେଇଛନ୍ତି। ପ୍ରଥମେ ସେ ଇନଷ୍ଟାଗ୍ରାମ ଏବଂ ଫେସବୁକ୍‌ରୁ କଂଗ୍ରେସର ଲୋଗୋ ହଟାଇଥିବା ବେଳେ ଏବେ ଏକ୍ସ(ଟୁଇଟର) ବାୟୋରୁ ମଧ୍ୟ ଦଳର ନାମ ହଟାଇଦେଇଛନ୍ତି। ଏହା ବଦଳରେ ସେ ଲେଖିଛନ୍ତି ଯେ, ଏମ୍‌ପି, ଛିନ୍ଦଓ୍ବାଡା(ମଧ୍ୟପ୍ରଦେଶ)।

ନକୁଳନାଥ ବାୟୋ ପରିବର୍ତ୍ତନ କରିବା ପରଠାରୁ ସେ କଂଗ୍ରେସ ଛାଡ଼ି ପାରନ୍ତି ବୋଲି ଅନୁମାନ କରାଯାଉଛି। ହେଲେ ଏନେଇ ବିଧିବଦ୍ଧ ଭାବେ ଘୋଷଣା ହୋଇନାହିଁ। ଏପରିକି ସେ ଯଦି କଂଗ୍ରେସ ଛାଡ଼ନ୍ତି ତେବେ କେଉଁ ଦଳରେ ଯୋଗଦେବେ ସେ ନେଇ କୌଣସି ସୂଚନା ମିଳିନାହିଁ। ହେଲେ ତାଙ୍କୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି।

Nakul Nath Removed Congress Name From Twitter Links

କହିରଖୁଛୁ, କଂଗ୍ରେସର ବରିଷ୍ଠ ନେତା କମଲନାଥ ଏକ ସପ୍ତାହ ପୂର୍ବରୁ ଦିଲ୍ଲୀରେ ସୋନିଆ ଗାନ୍ଧୀଙ୍କୁ ଭେଟିଥିଲେ। କମଲ ନାଥ ନିଜ ପାଇଁ ସୋନିଆ ଗାନ୍ଧୀଙ୍କୁ ରାଜ୍ୟ ସଭା ଟିକେଟ ମାଗିଥିଲେ। କିନ୍ତୁ କମଲନାଥଙ୍କୁ ରାଜ୍ୟ ସଭା ପ୍ରାର୍ଥୀ କରିବା ପରିବର୍ତ୍ତେ କଂଗ୍ରେସ ଅଶୋକ ସିଂଙ୍କୁ ପ୍ରାର୍ଥୀ କରିଛି। ଏହା ପରେ କମଲନାଥ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ପ୍ରତିକ୍ରିୟା ପ୍ରକାଶ କରି ଅଶୋକ ସିଂଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri