କମଲ ଓ୍ବାଚ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୮।୫: ଦେଶର ପ୍ରମୁଖ ତଥା ବିଳାସପୂର୍ଣ୍ଣ ଘଣ୍ଟା ପ୍ରତିଷ୍ଠାନ କମଲ ୱାଚ୍‌ କୋ.ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶନିବାର ଭୁବନେଶ୍ୱରର ଜାଭିୟର ସ୍କୋୟାରସ୍ଥିତ ସାଣ୍ଡି ଟାଓ୍ବାର ହୋଟେଲ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ମୁଖ୍ୟ ସେବାୟତ ଜଗନ୍ନାଥ ସ୍ବାଇଁ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ତଥା ଲୋକ ସଭା ସଦସ୍ୟ ଅନୁଭବ ମହାନ୍ତିଙ୍କ ସମେତ କମଲ ଓ୍ବାଚ୍‌ କୋ.ର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ କମଲ ୱାଚ୍‌ କନ୍‌ସେପ୍ଟର ନିର୍ଦ୍ଦେଶକ ନିଶାନ୍ତ ଟୋଟଲା କହିଛନ୍ତି, କମଲ ୱାଚ୍‌ କୋ ସହ ଜଡ଼ିତ ହେବା ଏକ ଗୌରବର ବିଷୟ, ଯାହାକି ଏକ ବ୍ରାଣ୍ଡ୍‌ ଚମତ୍କାରିତା ଏବଂ ଅତୁଳନୀୟ କାରିଗରିର ଉଦାହରଣ । ବିଶେଷକରି ଶୋ’ରୁମ୍‌ ଆରମ୍ଭ ହେବା ସହିତ ଗ୍ରାହକଙ୍କୁ ଆମେ ଏକ ଅପୂର୍ବ ଅଭିଜ୍ଞତା ଯୋଗାଇବାକୁ ଲକ୍ଷ୍ୟ ରଖିଛୁ। ସୂଚନାଯୋଗ୍ୟ, ୧୯୬୯ରେ ହାଇଦ୍ରାବାଦର ଆବିଡସଠାରେ ପ୍ରତିଷ୍ଠାନର ପ୍ରଥମ ଷ୍ଟୋର ପ୍ରତିଷ୍ଠା ହୋଇଥିବା ବେଳେ ବର୍ତ୍ତମାନ ସମୟରେ ପ୍ରତିଷ୍ଠାନର ୫୦ ତମ ଷ୍ଟୋର ଭାରତ ବଜାରରେ ରହିଛି। ସେହିଭଳି ଓଡ଼ିଶା ବଜାରରେ ପ୍ରତିଷ୍ଠାନର ଏହା ୩ୟ ଷ୍ଟୋର ହୋଇଥିବା ବେଳେ ଏହା ପୂର୍ବରୁ ଭୁବନେଶ୍ୱରର ଏସ୍‌ପ୍ଲାନେଡ୍‌ ମଲ୍‌ ଓ ଜନପଥ ରୋଡ୍‌ରେ ୨ଟି ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଦୀର୍ଘଦିନରୁ କାରବାର କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri