କମଲା ହାରିସ୍‌ ହୋଇପାରନ୍ତି ରାଷ୍ଟ୍ରପତି

ଓ୍ବାଶିଂଟନ,୧୮ା୭: ଆମେରିକାର ଉପରାଷ୍ଟ୍ରପତି କମଲା ହାରିସ୍‌ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ହୋଇପାରିବେ ବୋଲି ରାଷ୍ଟ୍ରପତି ଜୋ ବାଇଡେନ୍‌ କହିଛନ୍ତି। ବାଇଡେନ୍‌ଙ୍କ ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ସେ ଡେମୋକ୍ରାଟିକ୍‌ ପ୍ରାର୍ଥୀ ପଦରୁ ଓହରିବା ନେଇ ଚାପ ବଢ଼ିବାରେ ଲାଗିଥିବାବେଳେ ତାଙ୍କର ଏହି ମନ୍ତବ୍ୟ ଚର୍ଚ୍ଚାକୁ ଖୋରାକ ଯୋଗାଇଛି। ଭାରତୀୟ ବଂଶୋଦ୍ଭବ ହାରିସ୍‌ ବାଇଡେନ୍‌ଙ୍କ ସ୍ଥାନ ନେଇ ନଭେମ୍ବର ୫ରେ ରାଷ୍ଟ୍ରପତି ନିର୍ବାଚନ ଲଢ଼ି ଜିତିଲେ, ଆମେରିକା ଇତିହାସରେ ସେ ପ୍ରଥମ ଅଣଶ୍ୱେତାଙ୍ଗ ମହିଳା ରାଷ୍ଟ୍ରମୁଖ୍ୟ ହେବେ।

ନ୍ୟାଶନାଲ ଆସୋସିଏଶନ ଫର୍‌ ଦି ଆଡଭାନ୍ସମେଣ୍ଟ ଅଫ୍‌ କଲର୍‌ଡ ପିପୁଲ୍‌ (ଏନ୍‌ଏଏସିପି)ର ବାର୍ଷିକ ସମ୍ମିଳନୀକୁ ସମ୍ବୋଧିତ କରି ୮୧ ବର୍ଷୀୟ ବାଇଡେନ୍‌ କହିଛନ୍ତି, ରାଷ୍ଟ୍ରପତି ହେବା ପାଇଁ ହାରିସ୍‌ଙ୍କ ସାମର୍ଥ୍ୟ ରହିଛି। ତେବେ ଶାସକ ଦଳ ପକ୍ଷରୁ ହ୍ବାଇଟ୍‌ ହାଉସ୍‌ ଦୌଡ଼ରୁ ବାଇଡେନ୍‌ ଓହରୁ ନ ଥିବା ବିଷୟ ପୁଣିଥରେ ସ୍ପଷ୍ଟ କରିଛନ୍ତି। ରିପବ୍ଲିକାନ୍‌ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ କମଲା ହାରିସ୍‌ ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କଲେ କିଏ ବିଜୟୀ ହେବେ ସେ ନେଇ ସିଏନ୍‌ଏନ୍‌ ପକ୍ଷରୁ ସର୍ଭେ କରାଯାଇଥିଲା। ଏଥିରେ ଟ୍ରମ୍ପ୍‌ଙ୍କ ସପକ୍ଷରେ ୪୭ ପ୍ରତିଶତ ଏବଂ ହାରିସ୍‌ଙ୍କ ସପକ୍ଷରେ ୪୫ ପ୍ରତିଶତ ରହିଥିବା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri