ବାଇଡେନ୍‌ଙ୍କଠାରୁ ହାରିସ୍‌ ଆହୁରି ଅଯୋଗ୍ୟ, ମସ୍କଙ୍କ ସହ ସାକ୍ଷାତ୍‌କାରରେ ଟ୍ରମ୍ପ୍‌ଙ୍କ ମନ୍ତବ୍ୟ

ଓ୍ବାଶିଂଟନ୍‌, ୧୩।୮: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ରିପବ୍ଲିକାନ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍‌ ଇଷ୍ଟର୍ନ ସମୟ ସୋମବାର ରାତି ୮ଟାରେ ଏକ୍ସ’ ସିଇଓ ଏଲନ୍‌ ମସ୍କଙ୍କୁ ଏକ ଲାଇଭ ସାକ୍ଷାତ୍‌କାର ଦେଇଛନ୍ତି। ଏହି ସାକ୍ଷାତ୍‌କାରରେ ସେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ତଥା ଡେମୋକ୍ରାଟିକ୍‌ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସଙ୍କୁ ସମାଲୋଚନା କରିଛନ୍ତି। କମଲାଙ୍କୁ ବାମପନ୍ଥୀ ଆଖ୍ୟାଦେଇ ଟ୍ରମ୍ପ କହିଛନ୍ତି, ସେ ଆମେରିକାର ସୀମା ସୁରକ୍ଷାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ଗତ ସାଢ଼େ ୩ ବର୍ଷ ମଧ୍ୟରେ ଅନେକ ହଜାର ସଂଖ୍ୟାରେ ଲୋକ ବେଆଇନ୍‌ ଭାବେ ଆମେରିକାରେ ପ୍ରବେଶ କରିଛନ୍ତି।

ଯଦି କମଲା ରାଷ୍ଟ୍ରପତି ହୁଅନ୍ତି ତେବେ ସମଗ୍ର ବିଶ୍ୱରୁ ୫୦ରୁ ୬୦ ମିଲିୟନ ଅବୈଧ ଲୋକ ଆମେରିକାରେ ପ୍ରବେଶ କରିବେ ବୋଲି ଟ୍ରମ୍ପ୍‌ କହିଛନ୍ତି। ରାଷ୍ଟ୍ରପତି ରେସ୍‌ରୁ ବାଇଡେନ୍‌ ଓହରିବା ଓ କମଲାଙ୍କୁ ଡେମୋକ୍ରାଟିକ ପାର୍ଟିର ରାଷ୍ଟ୍ରପତି ଭାବେ ନିଯୁକ୍ତ କରାଯିବାକୁ ସେ କଟାକ୍ଷ କରି ବାଇଡେନଙ୍କଠାରୁ କମଲା ଆହୁରି ଅଯୋଗ୍ୟ ହୋଇଥିବା କହିଛନ୍ତି। ସେହିପରି ସମ୍ପ୍ରତି ମୁଦ୍ରାସ୍ଫୀତି କାରଣରୁ ଆମେରିକାର ଅର୍ଥନୀତି ବିପର୍ଯ୍ୟୟ ହୋଇ ପଡ଼ିଛିି। ୪ ବର୍ଷ ତଳେ ଆମେରିକାବାସୀ ଅନେକ ଅର୍ଥ ସଞ୍ଚୟ କରିବାକୁ ସକ୍ଷମ ହେଉଥିବାବେଳେ ଏବେ ଏହା ହୋଇପାରୁ ନାହିଁ। ଏବେ ଲୋକଙ୍କର ସମସ୍ତ ଅର୍ଥ ଖର୍ଚ୍ଚ ହୋଇଯାଉଥିବା ସହ ବଞ୍ଚିବା ପାଇଁ ସେମାନଙ୍କୁ ଧାର ନେବାକୁ ପଡ଼ୁଛି ବୋଲି ଟ୍ରମ୍ପ୍‌ କହିଛନ୍ତି। ସୂଚନାଯୋଗ୍ୟ, ଆସନ୍ତା ନଭେମ୍ବର ୫ରେ ଆମେରିକା ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri