ଉପରାଷ୍ଟ୍ରପତି ପଦରେ ମୁଁ ପ୍ରଥମ ମହିଳା କିନ୍ତୁ ଶେଷ ନୁହେଁ: କମଲା

ୱାଶିଂଟନ,୮ ।୧୧: ଆମେରିକାର ୪୬ତମ ରାଷ୍ଟ୍ରପତି ପାଇଁ ନିର୍ବାଚନ ସରିଥିବା ବେଳେ ଫଳାଫଳ ବି ଆସି ଯାଇଛି । ଏଥିରେ ଡେମୋକ୍ରାଟିକ୍ ପାର୍ଟିର ଜୋସେଫ ଆର୍ ବାଇଡେନ୍ ବା ଜୋ ବାଇଡେନ୍ ଆମେରିକାର ରାଷ୍ଟ୍ରପତି ଓ ଭାରତୀୟ ମୂଳ ବାସିନ୍ଦା କମଲା ହାରିସ୍ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି । ବିଜୟଲାଭ କରିବା ପରେ ହାରିସ୍ କହିଛନ୍ତି ଏହା ମହିଳାଙ୍କ ପାଇଁ କେବଳ ଏକ ଆରମ୍ଭ ମାତ୍ର । କାରଣ ଆମେରିକା ଇତିହାସରେ ଉପରାଷ୍ଟ୍ରପତି ପଦରେ ବସିବାରେ କମଲା ହେଉଛନ୍ତି ପ୍ରଥମ ମହିଳା । ହାରିସ୍ ଡୋଲାବେୟରରେ ଏକ ବିଜୟ ରାଲିକୁ ସମ୍ବୋଧିତ କରିବା ଅବସରରେ କହିଛନ୍ତି, ଯଦିଓ ଏହି ପଦରେ ପହଞ୍ଚିବାରେ ମୁଁ ପ୍ରଥମ ମହିଳା ହେଲେ ଶେଷ ନୁହେଁ । ଆଜି ଦେଖାଯାଉଥିବା ଗୋଟିଏ ଛୋଟ ଝିଅ ବି ଲାଗୁଛି ସେ ଦେଶର ଆଗାମୀ ସମ୍ଭାବନା । ଆମେରିକାବାସୀ ଏକ ନୂଆ ଦିନର ଆରମ୍ଭ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଆମ ଲୋକତନ୍ତ୍ରର ରକ୍ଷା ପାଇଁ ସଂଘର୍ଷ ହୋଇଥାଏ, ବଳିଦାନ ହୁଏ ହେଲେ ଏଥିରେ ଆନନ୍ଦ ଓ ପ୍ରଗତି ବି ଥାଏ । କାରଣ ଆମ ଦେଶ ନିକଟରେ ଭଲ ଭବିଷ୍ୟତ ଗଢିବାକୁ ଶକ୍ତି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!

ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri