କମଲାଙ୍କୁ ରାଷ୍ଟ୍ରପତି ପାୱାର

ୱାଶିଂଟନ,୨୦ ।୧୧: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ କିଛିଦିନ ପାଇଁ ତାଙ୍କ ପାୱାର ଉପରାଷ୍ଟ୍ରପତି କମଲା ହ୍ୟାରିସଙ୍କୁ ଦେବେ ବୋଲି ଜଣାପଡିଛି । ଶୁକ୍ରବାର ସେ କମଲାଙ୍କୁ ରାଷ୍ଟ୍ରପତି ପାୱାର ଦେବେ ବୋଲି ଜଣାପଡିଥିଲା । ମିଳିଥିବା ସୂଚନା ଅନୁଯାୟୀ, ବାଇଡେନ କଲୋନୋସ୍ପୋପି କାଇଁ ଆନାସ୍ଥେସିଆ ନେବେ । ତେଣୁ ସେ କିଛି ସମୟ ପାଇଁ ତାଙ୍କ ପଦ ଓ ପାୱାର କମଲା ହ୍ୟାରିସଙ୍କୁ ଦେଉଛନ୍ତି । ହ୍ୱାଇଟ ହାଉସ ପକ୍ଷରୁ ଏହି ସୂଚନା ଦିଆଯାଇଛି । ହ୍ୱାଇଟ ହାଉସର ପ୍ରେସ ସଚିବ ଜେନ ସାକି କହିଥିଲେ କି ଶୁକ୍ରବାର ବାଇଡେନ ତାଙ୍କ ପାୱାର କମଲା ହ୍ୟାରିସଙ୍କୁ ଦେବେ । ବାଇଡେନ ତାଙ୍କ ଚିକତ୍ସା ପାଇଁ ଆନାସ୍ଥେସିଆ ନେଉଥିବାରୁ ସେ ତାଙ୍କ ପାୱାର କମଲାଙ୍କୁ ଦେଉଛନ୍ତି । ଆନାସ୍ଥେସିଆରୁ ବାହାରିବା ପର୍ଯ୍ୟନ୍ତ କମଲା ତାଙ୍କ କାର୍ଯ୍ୟ ସମ୍ଭାଳିବେ । ସୂଚନାଯୋଗ୍ୟ, କିଛିଦିନ ତଳେ ଖବର ଆସିଥିଲା କି ବାଇଡେନ ଓ କମଲା ହ୍ୟାରିସଙ୍କ ସମ୍ପର୍କ ଭଲ ନାହିଁ । ତେଣୁ ତାଙ୍କୁ ଉପରାଷ୍ଟ୍ରପତି ପଦରୁ ହଟାଇ ଦିଆଯାଇପାରେ । ହେଲେ ଏବେ ବାଇଡେନ ତାଙ୍କ ପାୱାର କମଲାଙ୍କୁ ଦେବା ପୁଣିଥରେ ସମସ୍ତଙ୍କୁ ଆଶ୍ଚଯ୍ୟ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri