Posted inଜାତୀୟ

ମହିଳା ମନ୍ତ୍ରୀଙ୍କ ଅପମାନ ସହି ପାରିଲେନି ଶିବରାଜ

ଭୋପାଳ,୧୯ ।୧୦: ମଧ୍ୟପ୍ରଦେଶରେ ୨୫ରୁ ଊର୍ଦ୍ଧ୍ୱ ଆସନରେ ଉପନିର୍ବାଚନ ହେବାକୁ ଯାଉଛି । ଏହାପରେ ଜଣାପଡିବ ଶାସନ ଭାର କାହା ହାତରେ ରହିବ । ଏହି ଉପନିର୍ବାଚନକୁ ନେଇ ପ୍ରଚାର ମଧ୍ୟ ଜୋର ଧରିଛି । ଆଉ ଏହାରି ଭିତରେ ରାଜନେତାମାନେ ମର୍ଯ୍ୟାଦା ଭୁଲି ଯାଇଥିବା ଦେଖାଯାଇଛି । ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ଭାଜପା ପ୍ରାର୍ଥୀ ଇମରତି ଦେବୀଙ୍କୁ ଆଇଟମ କହିଥିବା ବେଳେ କଂଗ୍ରେସ ନେତା ଅଜୟ ସିଂ ଜଲେବି ବୋଲି କହିଛନ୍ତି । ଏହାପରେ ଏବେ ରାଜ୍ୟରେ ରାଜନୀତିର ପାରଦ ଉପରକୁ ଉଠିଯାଇଛି । ମହିଳା ମନ୍ତ୍ରୀଙ୍କୁ ଯେଉଁଭଳି ଭାବେ ଅପମାନ କରାଯାଇଛି ସେ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ସୋମବାର ସକାଳ ୧୦ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ୨ ଘଣ୍ଟା ପାଇଁ ମୌନ ବ୍ରତ ରଖିବେ ବୋଲି କହିଛନ୍ତି । ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟ ନିଜ ପ୍ରାର୍ଥୀଙ୍କ ପ୍ରତି ହୋଇଥିବା ଅପମାନ ପାଇଁ ରାଜ୍ୟ ସାରା ୨ ଘଣ୍ଟାର ମୌନ ଧାରଣା ଦେବ ବୋଲି କହିଛି । ଇନ୍ଦୋରରେ ଏହି ଧାରଣାର ନେତୃତ୍ୱ ନେବେ ରାଜ୍ୟ ସଭା ଏମ୍‌ପି ଜ୍ୟୋତିରାଦିତ୍ୟ ସିନ୍ଧିଆ । ଶିବରାଜ କହିଛନ୍ତି ଏହା କେବଳ ଇମରତି ଦେବୀଙ୍କର ନୁହେଁ ବରଂ ରାଜ୍ୟର ସମସ୍ତ ଝିଅ, ଭଉଣୀଙ୍କ ଅପମାନ । କମଲନାଥ ଜଣେ ନାରୀଙ୍କ ଉଦ୍ଦେଶ୍ୟରେ ଯେଉଁ ଅଭଦ୍ର ଟିପ୍ପଣି ଦେଇଛନ୍ତି ଏଥିପାଇଁ ସେ ଲଜ୍ୟା ଅନୁଭବ କରିବା କଥା । ଭାରତ ଏମିତି ଏକ ଦେଇ ଯେଉଁଠାରେ ଦ୍ରୌପଦିଙ୍କ ଅପମାନ ହେବାରୁ ମହାଭାରତ ସୃଷ୍ଟି ହୋଣ ଥିଲା । ତେଣୁ କମଲନାଥଙ୍କ ଏଭଳି ଟିପ୍ପଣିକୁ ଲୋକେ ବରଦାସ୍ତ କରିବେ ନାହିଁ ବୋଲି ଶିବରାଜ କହିଛନ୍ତି । ମାୟବତି ମଧ୍ୟ କମଲନାଥଙ୍କ ଟିପ୍ପଣିର ନିନ୍ଦା କରିଛନ୍ତି । ଏଥିପାଇଁ କଂଗ୍ରେସ କ୍ଷମା ମାଗିବା ଉଚିତ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri