Posted inଜାତୀୟ

ଭୂମି ପୂଜନ ପୂର୍ବରୁ ଏହି ନେତା ବଦଳାଇଲେ ଟୁଇଟରର ପ୍ରୋଫାଇଲ୍‌ ଫଟୋ

ଭୋପାଳ,୪।୮: ଉତ୍ତରପ୍ରଦେଶ ଅଯୋଧ୍ୟାରେ ଅଗଷ୍ଟ ୫ ଅର୍ଥାତ୍‌ ବୁଧବାର ରାମ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜା ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ କମଳା ରଙ୍ଗରେ ରଙ୍ଗେଇ ହୋଇଛି ରାମନଗରୀ। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ଦିରର ଶିଳାନ୍ୟାସ କରିବେ। ଏହାପରେ ଆରମ୍ଭ ହେବ ବହୁ ପ୍ରତିକ୍ଷିତ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ। ଇତିମଧ୍ୟରେ ଭୂମି ପୂଜନ ପୂର୍ବରୁ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା କମଳନାଥ ନିଜ ଟୁଇଟର ଆକାଉଣ୍ଟରୁ ପ୍ରୋଫାଇଲ ଫଟୋକୁ ବଦଳାଇ ଦେଇଛନ୍ତି। ନୂଆ ଫଟୋରେ ସେ କମଳା ରଙ୍ଗର ଯୋଡ଼ ପିନ୍ଧିଥିବା ଦେଖିବାକୁ ମିଳିଛି। ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମଙ୍ଗଳବାର କଂଗ୍ରେସ ନେତା ନିଜ ଫଟୋ ବଦଳାଇ ଏହାର କ୍ୟାପଶନ୍‌ରେ ଲେଖିଛନ୍ତି, ଶ୍ରୀରାମଙ୍କ ହନୁମାନ ସମସ୍ତଙ୍କ କଲ୍ୟାଣ କର। ଏହା ପୂର୍ବରୁ ସୋମବାର ସେଆଉ ଏକ ଟୁଇଟ କରିଥିଲେ। ଯେଉଁଥିରେ ସେ ରାଜ୍ୟବାସୀଙ୍କ ଖୁସି ଓ ଉନ୍ନତି ପାଇଁ ମଙ୍ଗଳବାର ହନୁମାନ ଚାଳିଶା ପାଠ କରିବେ ବୋଲି କମଳନାଥ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri