Posted inଖେଳ

କମଲପ୍ରୀତ୍‌ ୬ଷ୍ଠ ସ୍ଥାନରେ ରହିଲେ

ଟୋକିଓ, ୩ା୮ (ପି.ଟି.)-ପ୍ରଥମ ଥର ଅଲିମ୍ପିକ୍ସରେ ଭାଗ ନେଇଥିବା ଭାରତୀୟ ଡିସ୍‌କସ୍‌ ଥ୍ରୋୟର କମଲପ୍ରୀତ୍‌ କୌର ୬ଷ୍ଠ ସ୍ଥାନ ଅଧିକାର କରିଛନ୍ତି। ସୋମବାର ବର୍ଷାରେ ବାଧାପ୍ରାପ୍ତ ଫାଇନାଲରେ ତାଙ୍କର ଶ୍ରେଷ୍ଠ ପ୍ରଦର୍ଶନ ୬୩.୭୦ ମିଟର ରହିଥିଲା। ୨୫ ବର୍ଷୀୟା କୌର ଶନିବାର ଦ୍ୱିତୀୟ ଶ୍ରେଷ୍ଠ ଭାବେ ଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିଥିଲେ। ସୋମବାର ଏକ ଘଣ୍ଟାରୁ ଅଧିକ ସମୟ ଧରି ବର୍ଷା ହେବାରୁ ୮ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ବାଧା ସୃଷ୍ଟି ହୋଇଥିଲା। ହେଲେ ସେ ପଦକ ଦାବିଦାର ହୋଇପାରି ନ ଥିଲେ। ତୃତୀୟ ରାଉଣ୍ଡରେ ୬୩.୭୦ମିଟର ଥ୍ରୋ ସହ ସେ ୬ଷ୍ଠ ହୋଇଥିଲେ। ଏହାଦ୍ୱାରା ସେ ୨୦୧୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜୟିନୀ କ୍ରିଷ୍ଣା ପୁନିଆଙ୍କ ୨୦୧୨ ଲଣ୍ଡନ ଅଲିମ୍ପିକ୍ସ ପ୍ରଦର୍ଶନର ସମକକ୍ଷ ହୋଇପାରିଥିଲେ। କୌରଙ୍କର ଅନ୍ତର୍ଜାତୀୟ ଅଭିଜ୍ଞତା କମ୍‌ ରହିଥିବାରୁ ଆତ୍ମବିଶ୍ୱାସର ଅଭାବ ପରିଲକ୍ଷିତ ହୋଇଥିଲା। ସେ ତାଙ୍କ ବ୍ୟକ୍ତିଗତ କୋଚ୍‌ ଅନୁପସ୍ଥିତି ଅନୁଭବ କରୁଥିଲେ। ପ୍ରତିଯୋଗିତା ସାରା ନର୍ଭସ ଜଣାପଡୁଥିଲେ। ସେ କେବଳ ଏକମାତ୍ର ଅନ୍ତର୍ଜାତୀୟ ପ୍ରତିଯୋଗିତା ୨୦୧୭ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସରେ ଭାଗ ନେଇଥିଲେ। କୌର ହେଉଛନ୍ତି ପଞ୍ଜାବ ରାଜ୍ୟ ଅନ୍ତର୍ଗତ କବାରଓ୍ବାଲା ଗ୍ରାମର ଜଣେ କୃଷକଙ୍କ ଝିଅ। ଶନିବାର କ୍ୱାଲିଫିକେଶନ ରାଉଣ୍ଡରେ ତାଙ୍କ ଶ୍ରେଷ୍ଠ ଥ୍ରୋ ୬୪ ମିଟର ସହ ସେ ଦ୍ୱିତୀୟ ସ୍ଥାନରେ ରହିଥିଲେ। ଦେଶ ତାଙ୍କଠାରୁ ପଦକ ଆଶା କରୁଥିଲା। ଆମେରିକାର ଭାଲାରି ଅଲମାନ ପ୍ରଥମ ରାଉଣ୍ଡ ଥ୍ରୋ ୬୮.୯୮ମିଟର ସହ ସ୍ବର୍ଣ୍ଣ ଜିତିଥିବାବେଳେ ଜର୍ମାନୀର କ୍ରିଷ୍ଟିନ୍‌ ପୁଡେଞ୍ଜ୍‌ (୬୬.୮୬ମିଟର) ଏବଂ ବର୍ତ୍ତମାନର ବିଶ୍ୱ ଚାମ୍ପିୟନ କ୍ୟୁବାର ୟେମି ପରେଜ (୬୫.୭୨ ମିଟର) ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ପଦକ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

ରାଜ୍ୟସ୍ତରୀୟ ବକ୍ଦିଂରେ ସ୍ବର୍ଣ୍ଣ ଜିତି ଜାତୀୟସ୍ତରକୁ ମନୋନୀତ ହେଲେ ମିକି

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ): ବ୍ରହ୍ମପୁର ମହାତ୍ମା ଗାନ୍ଧୀ ଷ୍ଟାଡିୟମରେ ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଅନୁଷ୍ଠିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ବକ୍ସିଂ ଚାମ୍ପିଅନଶିପ୍‌ରେ ଛତ୍ରପୁର ଅନସ୍ଲୋ…

IND vs PAK: ଡେବ୍ୟୁ ମ୍ୟାଚରେ ପାକିସ୍ତାନର ଖେଳ ବିଗାଡ଼ିବେ ବୈଭବ ସୂର୍ଯ୍ୟବଂଶୀ; ଭାରତୀୟ ଦଳର ଏହି ଖେଳାଳି ଅଛନ୍ତି ଆକ୍ସନରେ!

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ଶନିବାର ଦିନଟି ଏପର୍ଯ୍ୟନ୍ତ ସବୁଠାରୁ ରୋମାଞ୍ଚକର ଦିନ ହେବ ବୋଲି ଆଶା କରାଯାଉଛି, କାରଣ ଏହି ଦିନ ଏକ ଉତ୍ତେଜନାପୂର୍ଣ୍ଣ ମୁକାବିଲା…

କୁସ୍ତିରେ ବଡ଼ ବିପର୍ଯ୍ୟୟ ଘଟାଇଲେ ମଲ୍ଲଯୋଦ୍ଧା ସୁଜିତ, ଭାରତକୁ ମିଳିଲା ପୁଣି ସ୍ବର୍ଣ୍ଣ

ନାଗୋୟା,୨ା୧୦: ଭାରତୀୟ ମଲ୍ଲଯୋଦ୍ଧା ସୁଜିତ କାଲ୍‌କାଲ୍‌ ୨୦୨୬ ଏସୀୟ କ୍ରୀଡ଼ାରେ ବଡ଼ ବିପର୍ଯ୍ୟୟ ଘଟାଇଛନ୍ତି। ସୁଜିତ ପୁରୁଷ ୬୫ କିଲୋଗ୍ରାମ ଫ୍ରିଷ୍ଟାଇଲ କୁସ୍ତି ବର୍ଗରେ ସ୍ବର୍ଣ୍ଣ ପଦକ…

ବ୍ରିଟିଶ ରାଜ ପରିବାରର ଅତିଥି ହେବେ ସୌରଭ ଗାଙ୍ଗୁଲି; ଆରମ୍ଭ ହେଲାଣି ସଜବାଜ

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ବ୍ରିଟିଶ ରାଜ ପରିବାର ପକ୍ଷରୁ ଏକ ଚାରିଟି ମ୍ୟାଚ (ପରୋପକାରୀ ଉଦ୍ଦେଶ୍ୟରେ ଆୟୋଜିତ ମ୍ୟାଚ) ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?