କମାରଯୋଡ଼ା ପ୍ରାଥମିକ ବିଦ୍ୟାଳୟ: ଦିଆଯାଉଛି ନିମ୍ନମାନର ମଧ୍ୟାହ୍ନ ଭୋଜନ

ଯୋଡ଼ା,୭ା୩(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଅନ୍ତର୍ଗତ କମାରଯୋଡ଼ା ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅବ୍ୟବସ୍ଥା ଦେଖାଯାଇଛି। ନିମ୍ନମାନର ଖାଦ୍ୟ ପରସା ଯାଉଥିବା ବେଳେ ଅଧା ଦିନ ଦିଆଯାଉ ନ ଥିବା ଛାତ୍ରୀଛାତ୍ର ଅଭିଯୋଗ କରିଛନ୍ତି। ଏନେଇ ସ୍ଥାନୀୟ କାଉନ୍‌ସିଲର ଯାଞ୍ଚ କରି ଖବରଦାତାଙ୍କୁ ଡାକି ଦେଖାଇବା ସହ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।