Posted inଜାତୀୟ

କାମେଶ୍ୱର ଚୌପାଲ ହୋଇପାରନ୍ତି ବିହାର ଉପମୁଖ୍ୟମନ୍ତ୍ରୀ

ପାଟନା,୧୩।୧୧: ବିହାରରେ ବିଧାନସଭା ନିର୍ବାଚନର ଫଳାଫଳ ସହିତ ସରକାର ଗଠନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରାବର ଏନଡିଏ ନେତାମାନେ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ନୀତୀଶ କୁମାରଙ୍କ ନାମ ସ୍ପଷ୍ଟ କରାଯିବ। କୁହାଯାଉଛି ଯେ, ୧୯୮୯ ରେ ଅଯୋଧ୍ୟାରେ ରାମ ମନ୍ଦିର ଭିତ୍ତି ପ୍ରସ୍ତର ସ୍ଥାପନ ସମୟରେ ପ୍ରଥମ ଇଟା ରଖିଥିବରା କାମେଶ୍ୱର ଚୌପାଲଙ୍କୁ ବିହାରର ଉପମୁଖ୍ୟମନ୍ତ୍ରୀ କରାଯାଇପାରେ। ନିଜ ବିଷୟରେ ଚାଲିଥିବା କଳ୍ପନାଜଳ୍ପନା ଉପରେ ଚୌପାଲ କହିଛନ୍ତି ଯେ ମୁଁ ଜଣେ ଦଳର ଶୃଙ୍ଖଳିତ କର୍ମୀ, ଦଳ ଯାହା ଦାୟିତ୍ୱ ଦିଏ ମୁଁ ଗ୍ରହଣ କରେ। କାମେଶ୍ୱର ଚୌପଲ ଦଳିତ ସମ୍ପ୍ରଦାୟର ଅଟନ୍ତି। ୧୯୮୯ ରାମ ମନ୍ଦିର ଆନ୍ଦୋଳନର ମୂଳଦୁଆରେ କାମେଶ୍ୱର ରାମ ମନ୍ଦିରର ପ୍ରଥମ ଇଟା ରଖିଥିଲେ। ଆରଏସଏସ ତାଙ୍କୁ ପ୍ରଥମ କାରସେବକ ମାନ୍ୟତା ଦେଇଛି। ସେ ୧୯୯୧ରେ ରାମ ବିଳାସ ପାଶୱାନଙ୍କ ବିରୋଧରେ ନିର୍ବାଚନରେ ମଧ୍ୟ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଏଠାରେ ପରାସ୍ତ ହୋଇଥିଲେ। ୨୦୦୨ରେ, ସେ ବିହାର ବିଧାନ ପରିଷଦର ସଦସ୍ୟ ହୋଇଥିଲେ। ୨୦୧୪ରେ ଭାଜପା ତାଙ୍କୁ ପପୁ ଯାଦବଙ୍କ ସ୍ତ୍ରୀ ରଣଜିତା ରଂଜନଙ୍କ ବିପକ୍ଷରେ ଛିଡା କରିଥିଲା। କିନ୍ତୁ ସେ ଏଠାରେ ମଧ୍ୟ ସଫଳ ହୋଇ ପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସିଖବର, ବଢିଲା…

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଛି। ଏନେଇ କେନ୍ଦ୍ର…

Flood Wedding: କନ୍ୟା ଘରକୁ ଡଙ୍ଗାରେ ଗଲେ ବର, ଭିଡିଓ ଭାଇରାଲ

ଯାଜପୁର,୩୧।୭: ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ଯାଜପୁର ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ଜିଲାର ବଭିନ୍ନ…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

ମନରେଗାର କାର୍ଯ୍ୟକାରିତା ବିଭାଗୀୟ ଅଧିକାରୀମାନଙ୍କୁ ପ୍ରଶ୍ନ

ଗଞ୍ଜାମ, ୩୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ୍‌ରେ ଶୁକ୍ରବାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ସମିତି ଅଧ୍ୟକ୍ଷା…

‘ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି’: ସଂସଦରେ ହଟ୍ଟଗୋଳ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଡାକିଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୩୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଶୁକ୍ରବାର (ଜୁଲାଇ 31, 2026) ସଂସଦ ଭବନରେ ଅନୁଷ୍ଠିତ ହୋଇଥିଲା। ଲୋକ ସଭା ଏବଂ…

ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଘଟଣା: ୧୦୦ ଦିନ ପରେ ବି ଅଭିଯୁକ୍ତଙ୍କ ଟେର୍‌ ପାଉନି ପୋଲିସ, କାହା ଚାପରେ…

ଦେବଗଡ଼,୩୧ା୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁ ଗୃହ ସପୋର୍ଟର ଜଣେ ନାବାଳିକା ଆଇଟିଆଇର ପ୍ରିନ୍ସିପାଲ ରତିକାନ୍ତ ପରିଡ଼ାଙ୍କ ବିରୋଧରେ ଗତ ୧୭ ଏପ୍ରିଲରେ…

ଫିଟନେସ ପରୀକ୍ଷାରେ ପାସ କଲେ ଜସପ୍ରିତ ବୁମରାହ; ଜାଣନ୍ତୁ କେଉଁ ସିରିଜରେ ଖେଳିବେ

ନୂଆଦିଲ୍ଲୀ,୩୧।୭: ଭାରତର ପ୍ରସିଦ୍ଧ ଦ୍ରୁତ ବୋଲର ଜସପ୍ରିତ ବୁମରାହ ତାଙ୍କ ଫିଟନେସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହା ଭାରତୀୟ ଦଳ ଏବଂ ଏହାର ପ୍ରଶଂସକମାନଙ୍କ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri