କାମିଲା ପରବର୍ତ୍ତୀ ରାଣୀ ହେବେ

ଲଣ୍ଡନ,୭।୨: ପ୍ରିନ୍ସ ଚାଲର୍‌ସ ବ୍ରିଟେନର ରାଜା ହେଲେ ଡଚେସ୍‌ ଅଫ୍‌ କର୍ନଓ୍ବାଲ କାମିଲା ରାଣୀ ହେବେ ବୋଲି ମହାରାଣୀ ଏଲିଜାବେଥ୍‌ ଦ୍ୱିତୀୟ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ଶନିବାର ମହାରାଣୀ ତାଙ୍କର ପ୍ଲାଟିନମ୍‌ ଜୁବିଲି ଉଦ୍‌ବୋଧନ ବେଳେ ୭୪ ବର୍ଷୀୟା କାମିଲାଙ୍କୁ ସମର୍ଥନ କରିବା ସହ ଭବିଷ୍ୟତ ରାଜତନ୍ତ୍ର ସମ୍ପର୍କରେ ସ୍ପଷ୍ଟ ସଙ୍କେତ ଦେଇଛନ୍ତି। ୯୫ ବର୍ଷୀୟା ଏଲିଜାବେଥ୍‌ ଦ୍ୱିତୀୟ ଶାସନର ୭୦ତମ ବର୍ଷରେ ପଦାର୍ପଣ କରିଛନ୍ତି। ଏବେ ସେ ତାଙ୍କ ବୋହୂ ଉପରେ ଆସ୍ଥା ପ୍ରକଟ କରିଛନ୍ତି। ଲିଖିତ ବାର୍ତ୍ତାରେ ମହାରାଣୀ ଦେଶବାସୀଙ୍କୁ ସେମାନଙ୍କ ସମର୍ଥନ ପାଇଁ କୃତଜ୍ଞତା ଓ ଧନ୍ୟବାଦ ଜଣାଇଛନ୍ତି। ‘ସମୟକ୍ରମେ ମୋ ପୁଅ ଚାଲର୍‌ସ ରାଜା ହେଲେ ଆପଣମାନେ ତାଙ୍କୁ ଓ ତାଙ୍କ ସ୍ତ୍ରୀ କାମିଲାଙ୍କୁ ଅନୁରୂପ ସମର୍ଥନ ଜଣାଇବେ ବୋଲି ମୁଁ ଜାଣେ। ସମୟ ଆସିଲେ କାମିଲା କୁଇନ୍‌ ଅଫ୍‌ କନ୍‌ସର୍ଟ ଭାବେ ପରିଚିତ ହେବେ’ ବୋଲି ମହାରାଣୀ କହିଛନ୍ତି।
ଚାଲର୍‌ସ ଓ ଡାଏନାଙ୍କ ବିବାହ ସମୟରେ ଅନ୍ୟ ମହିଳା ଭାବେ ଯୋଗ ଦେଇଥିବା କାମିଲା ଏକଦା ଘୃଣିତ ବ୍ୟକ୍ତିତ୍ୱ ଥିଲେ। ୨୦୦୫ରେ ସେ ଚାଲର୍‌ସଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ସମୟ କ୍ରମେ ତାଙ୍କ ବ୍ୟକ୍ତିତ୍ୱରେ ଉଲ୍ଲେଖନୀୟ ଉନ୍ନତି ହୋଇଛି। ସେ ବିଭିନ୍ନ ରାଜକୀୟ କାର୍ଯ୍ୟରେ ଭାଗ ନେଇ ଲୋକପ୍ରିୟତା ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…

ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର…

ନଡ଼ିଆ ଗଛରୁ ବାଘୁଆ ମହୁମାଛି ବାହାରି ହଠାତ କଲା ଆକ୍ରମଣ: ବୃଦ୍ଧ ଗୁରୁତର, ୪ ଯୁବକ…

ମୋହନା,୬।୪:(ମନ୍ମଥ ମିଶ୍ର): ବାଘୁଆ ମହୁମାଛି ଆକ୍ରମଣରେ ୪ ଆହତ ଜଣେ ବୃଦ୍ଧ ଗୁରୁତର। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ପାଣିଗଣ୍ଡା ଗାଁରେ।…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri