କନକବର୍ଦ୍ଧନ, ପ୍ରଭାତୀ ହେବେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୬: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶେଷରେ ମଙ୍ଗଳବାର ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କ ନାଁରେ ମୋହର ବାଜିଛି। ସେହିପରି ଉପମୁଖ୍ୟମନ୍ତ୍ରୀ ଭାବେ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ ବୁଧବାର ଶପଥ ଗ୍ରହଣ କରିବେ। ଏନେଇ ଜନତା ମଇଦାନରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।

ପର୍ଯ୍ୟବେକ୍ଷକ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବଙ୍କ ନେତୃତ୍ୱରେ ଭୁବନେଶ୍ୱରସ୍ଥିତ ଭାଜପା କାର୍ଯ୍ୟାଳୟଠାରେ ବିଧାୟକ ଦଳର ବୈଠକ ବସିଥିଲା। ବୈଠକରେ ସର୍ବସମ୍ମତିକ୍ରମେ ବିଧାୟକ ଦଳର ନେତା ଭାବେ ମୋହନଙ୍କ ନାଁ ଚୟନ କରାଯାଇଥିଲା। ସୂଚନାଯୋଗ୍ୟ, ୨୦୨୪ ବିଧାନସଭା ନିର୍ବାଚନରେ ଭାଜପା ୭୮ ଆସନ ଜିତି ବହୁମତ ହାସଲ କରିଛି। ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅପରାଜିତା ଷଡ଼ଙ୍ଗୀ, ପ୍ରତାପ ଷଡ଼ଙ୍ଗୀ, ବୈଜୟନ୍ତ ପଣ୍ଡା, ସମ୍ବିତ ପାତ୍ରଙ୍କ ସହ ତୁଙ୍ଗ ନେତା ଉପସ୍ଥିତ ଥିଲେ। କନକବର୍ଦ୍ଧନ ପାଟଣାଗଡ଼ ନିର୍ବାଚନମଣ୍ଡଳୀରୁ ଏବଂ ପ୍ରଭାତୀ ନିମାପଡ଼ା ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ହୋଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ

ଗଞ୍ଜାମ,୭ା୫(ବିଦ୍ୟାଧର ସାହୁ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ରାମଗଡ଼ ପଞ୍ଚାୟତର ବିଭିନ୍ନ ଗ୍ରାମ ପରିଦର୍ଶନ କରିଛନ୍ତି। ଏପରିକି ପଞ୍ଚାୟତରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ତଦାରଖ…

ସରକାର ଗଠନ ପାଇଁ ବିଜୟଙ୍କ ନୂଆ ପ୍ଲାନ: ଏହି ଦଳଠାରୁ ସମର୍ଥନ ଲୋଡିଲେ, ବିଧାୟକମାନଙ୍କୁ ରିସର୍ଟକୁ ସ୍ଥାନାନ୍ତରିତ

ଚେନ୍ନାଇ,୭।୫: ତାମିଲନାଡୁରେ ସରକାର ଗଠନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଅଭିନେତା ବିଜୟଙ୍କ ଦଳ, ତାମିଜାଗା ଭେଟ୍ରି କାଝାଗମ (TVK), ଏବେ ଜଣେ ଅତିରିକ୍ତ ବିଧାୟକଙ୍କ…

ଶ୍ୱଶୁର ଘରୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…

ଥୁଆମୂଳ ରାମପୁର, ୭ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଡୁମେରପଦର ମୁଖ୍ୟ ରାସ୍ତାର ଲାଠିଆଗୁଡ଼ା ଛକ ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ସ୍ୱାମୀଙ୍କ ମୃତ୍ୟୁ…

ବିଜୟ ଥାଲାପତି ସରକାର ଗଠନ ପାଇଁ BJPର ସମର୍ଥନ ଲୋଡିବେ? ଟିଭିକେଙ୍କ ପ୍ରତିକ୍ରିୟାରେ କଂଗ୍ରେସ ଖୁସି ହେବ ନା ନିରାଶ ହେବ?ଜାଣନ୍ତୁ…

ଚେନ୍ନାଇ,୭।୫: ବିଜୟ ଥାଲାପତିଙ୍କ ଦଳ, TVK (ତାମିଜାଗା ଭେଟ୍ଟ୍ରି କାଝାଗମ), ସରକାର ଗଠନ ପାଇଁ ତା’ର ପ୍ରୟାସକୁ ତୀବ୍ର କରିଛି। ଟିଭିକେ ବିଧାନସଭାରେ ୧୦୮ଟି ଆସନ ପାଇଛି,…

ଫଟୋ ଶେୟାର କରି ଖୁସି ଖବର ଦେଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୭।୫: ଚଳିତ IPL 2026 ସିଜିନ ମଧ୍ୟରେ ଭାରତୀୟ T20 ଅଧିନାୟକ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ଷ୍ଟାର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କ ଘରେ ଖୁସିର ମାହୋଲ। ସୂର୍ଯ୍ୟକୁମାରଙ୍କ…

ରାସ୍ତା ପାର ହେଉଥିଲେ ହରିଣ, ଦ୍ରୁତ ଗତିରେ ଆସି ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

ଭଞ୍ଜନଗର,୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରସାଦ ଜାତୀୟ ରାଜପଥର ସୋରାଦେବୀ ମନ୍ଦିର ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଏକ ମାଈ ହରିଣ ଛୁଆ ଗୁରୁତର…

ପରିବାରର ଚାରି ଜଣଙ୍କ ମୃତ୍ୟୁ ଘଟଣାରେ ଆଶ୍ଚର୍ଯ୍ୟଜନକ ଖୁଲାସା: ତରଭୁଜ ନମୁନାରେ ମିଳିଲା…

ମୁମ୍ବାଇ,୭।୫: ତରଭୁଜ ଖାଇବା ପରେ ଗୋଟିଏ ପରିବାରର ଚାରି ଜଣଙ୍କ ମୃତ୍ୟୁ ମାମଲା ସମ୍ପର୍କରେ ଏକ ବଡ଼ ଖୁଲାସା ହୋଇଛି। ମୁମ୍ବାଇର ଭିଣ୍ଡି ବଜାର ଅଞ୍ଚଳରେ ଏହି…

ଆବାସ ଯୋଜନାରୁ ବଞ୍ଚିତ ଦାଶକାଠିଆ କଳାକାରଙ୍କ ପରିବାର

ରିଷିଡ଼ା,୭ା୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ରାଜପୁର ପଞ୍ଚାୟତ ଗ୍ରାମର ଲୋକପ୍ରିୟ ଦାଶକାଠିଆ କଳାକାର ସ୍ୱର୍ଗତ ଇନ୍ଦ୍ରମଣି ଭୋଇଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri