କାନ୍ଧାହାର ପାଲଟିଛି ଯୁଦ୍ଧକ୍ଷେତ୍ର, ୨୦ ପ୍ରଦେଶରେ ମୁହାଁମୁହିଁ ସ୍ଥିତି…

କାବୁଲ,୨୯।୭: ଆଫଗାନିସ୍ତାନର ୨୦ଟି ପ୍ରଦେଶରେ ତାଲିବାନ ଆତଙ୍କବାଦୀ ଏବଂ ଆଫଗାନିସ୍ତାନ ସୈନ୍ୟ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଘଜନୀ, ତାଖର, ହେଲମାଣ୍ଡ ଏବଂ ବାଗଲାନ ପ୍ରଦେଶରେ ଗୃହଯୁଦ୍ଧ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ପୂର୍ବରୁ ତାଲିବାନର ଗଡ଼ କୁହାଯାଉଥିବା କାନ୍ଧାହାର ପ୍ରଦେଶ ଏବେ ଯୁଦ୍ଧକ୍ଷେତ୍ରରେ ପରିଣତ ହୋଇଛି। ତାଲିବାନ ଆତଙ୍କବାଦୀ ଏବଂ ଆଫଗାନିସ୍ତାନ ସୈନ୍ୟ ମଧ୍ୟରେ ଯୁଦ୍ଧ ଯୋଗୁ ଜରବନ ଭୟରେ ହଜାର ହଜାର ଲୋକ କାନ୍ଧାହାର ଛାଡି ସୁରକ୍ଷିତ ସ୍ଥାନକୁ ଚାଲିଯାଇଛନ୍ତି। ତାଲିବାନ ସମଗ୍ର ସହରକୁ ଘେରି ରହିଛି। ଉଭୟ ମଧ୍ୟରେ ଭୟଙ୍କର ଯୁଦ୍ଧ ଚାଲିଛି।
ଟୋଲୋ ନ୍ୟୁଜ ଅନୁସାରେ, ମାଇମାନା ସହର ଉପରେ କେତେକ ରକେଟ ମାଡ଼ ହୋଇଛି। ସହରଟି ଫରିୟାବ ପ୍ରଦେଶର କେନ୍ଦ୍ର ସ୍ଥଳରେ ରହିଛି। ସୁରକ୍ଷା ଦୃଷ୍ଟିରୁ ହେରାଟ ପ୍ରଦେଶର ହେରାଟ ସହରରେ ରାତ୍ରି କର୍ଫ୍ୟୁ ଲାଗୁ କରାଯାଇଛିି। ଆଫଗାନିସ୍ତାନ ପ୍ରତିରକ୍ଷା ମନ୍ତ୍ରଣାଳୟର ମୁଖପାତ୍ର ଫୱାଦ ଅମାନ କହିଛନ୍ତି ଯେ ତାଲିବାନ ବିରୋଧରେ ଆଫଗାନିସ୍ତାନ ସୈନ୍ୟବାହିନୀ ପକ୍ଷରୁ ଅକାଶରୁ ବୋମା ମାଡ଼ କରାଯିବା ସହିତ ସ୍ଥଳଭାଗରେ ପ୍ରତି ଆକ୍ରମଣ ଜାରି ରହିଛି।ଫଳରେ ତାଲିବାନ ଆତଙ୍କବାଦୀଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ସୈନ୍ୟମନେ ତାଲିବାନଙ୍କ କବଳରୁ ବିଭିନ୍ନ ଜିଲାକୁୁ ମୁକ୍ତ କରାଯିବା ଉଦ୍ୟମ କରାଯାଉଥିବା ସେ କହିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଯୁଦ୍ଧ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲା ଇସ୍ରାଏଲ, ନେତାନ୍ୟାହୁ କରିବେ ଏମିତି କାମ, ଇରାନ କାବା

ନୂଆଦିଲ୍ଲୀ,୧।୪: ଇରାନ ବିରୁଦ୍ଧରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ନୂତନ ଏବଂ ପ୍ରମୁଖ ରଣନୈତିକ ପଦକ୍ଷେପର ସଙ୍କେତ ଦେଇଛନ୍ତି। ନେତାନ୍ୟାହୁ କହିଛନ୍ତି…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri