କାନ୍ଦାହାର ମସ୍‌ଜିଦ ବିସ୍ଫୋରଣରେ ନିଜକୁ ଦାୟୀ କଲା ଆଇଏସ୍‌

କାବୁଲ, ୧୬।୧୦: ଆଫଗାନିସ୍ତାନର କାନ୍ଦାହାର ସହରରେ ହୋଇଥିବା ମସ୍‌ଜିଦ୍‌ ବିସ୍ଫୋରଣରେ ମୃତ୍ୟୁସଂଖ୍ୟା ୪୭ରେ ପହଞ୍ଚତ୍ଥିବା ବେଳେ ଅନ୍ୟ ୯୦ ଜଣ ଆହତ ହୋଇଛନ୍ତି। ଏହି ଆକ୍ରମଣ ପାଇଁ ଇସ୍‌ଲାମିକ ଷ୍ଟେଟ୍‌ (ଆଇଏସ୍‌) ଆତଙ୍କବାଦୀ ସଂଗଠନ ନିଜକୁ ଦାୟୀ କରିଛି। ମୃତ୍ୟୁସଂଖ୍ୟା ସମ୍ପର୍କରେ କାନ୍ଦାହାର ସଂସ୍କୃତି ଓ ସୂଚନା ନିର୍ଦ୍ଦେଶାଳୟ ଅଧିକାରୀ ସ୍ପଷ୍ଟ କରିଛନ୍ତି।
କାନ୍ଦାହାରର ଏକ ଶିୟା ମସ୍‌ଜିଦ୍‌ରେ ଶୁକ୍ରବାର ନମାଜ ପାଠ ଚାଲିଥିବାବେଳେ ଆତ୍ମଘାତୀ ବିସ୍ଫୋରଣ ହୋଇଥିଲା। ଏଥିରେ ସଂଖ୍ୟାଲଘୁ ସମ୍ପ୍ରଦାୟର ୪୭ ଜଣଙ୍କ ଜୀବନ ଯାଇଛି। ଏହାର ସପ୍ତାହେ ପୂର୍ବରୁ କୁନ୍ଦୁଜ୍‌ ସହରରେ ଆଇଏସ୍‌ ପକ୍ଷରୁ ଆଉ ଏକ ବିସ୍ଫୋରଣ କରାଯାଇଥିଲା। ବିବି ଫତିମା ଶିୟା ମସ୍‌ଜିଦ୍‌ର ଇମାମ ସର୍ଦ୍ଦାର ମହମ୍ମଦ ଜାଇଦିଙ୍କ କହିବା ଅନୁଯାୟୀ ଶୁକ୍ରବାର ନମାଜ ପାଠ ସମୟରେ ସେଠାରେ ପ୍ରାୟ ୩,୦୦୦ ଲୋକ ଉପସ୍ଥିତ ଥିଲେ। ଏହି ସମୟରେ ମସ୍‌ଜିଦ ପରିସରରେ ୩ରୁ ୪ ଜଣ ଆତଙ୍କବାଦୀ ସେଠାରେ ପହଞ୍ଚତ୍ଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣ ଗେଟ୍‌ ନିକଟରେ ନିଜକୁ ବିସ୍ଫୋରଣରେ ଉଡ଼ାଇ ଦେଇଥିଲେ। ଅନ୍ୟ ଦୁଇଜଣ ମସ୍‌ଜିଦ ଭିତରେ ପ୍ରବେଶ କରି ନିଜକୁ ବିସ୍ଫୋରଣ କରିଥିଲେ। କାନ୍ଦାହାର ସହରର ଏହା ସବୁଠୁ ବଡ଼ ବିସ୍ଫୋରଣ ଘଟଣା ବୋଲି କୁହାଯାଉଛି। ତାଲିବାନ ସରକାର ଏଭଳି ଆକ୍ରମଣକୁ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri