ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ମଧ୍ୟ ଉତ୍ସବ ମୁଖର ହୋଇପଡ଼ିଛି। ଗାଁ ଗାଁରେ ଯୀଶୁଖ୍ରୀଷ୍ଟଙ୍କ ଆଗମନ ପାଇଁ ଗୁହାଳ ଘର ପ୍ରସ୍ତୁତି ସହ ରଙ୍ଗ ବେରଙ୍ଗର ଆଲୁଅ ମାଳରେ ସଜ୍ଜିତ କରାଯାଇଛି। ପ୍ରାକ୍‌ ଖ୍ରୀଷ୍ଟମାସ ସହ କାଣ୍ଟାଟା ପାଳନ ହୋଇଛି। ତେବେ ଏହି ପର୍ବକୁ ଉତ୍ସବ ମୁଖର କରିବା ସହ ଶାନ୍ତିଶୃଙ୍ଖଳାରେ ପାଳନ କରାଯିବା ପାଇଁ ଦାରିଙ୍ଗବାଡ଼ି ବ୍ଲକ୍‌ ସଭାଗୃହରେ ସୋମବାର ବଡ଼ଦିନ ପର୍ବ ପାଳନ ନେଇ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଛି। ଦାରିଙ୍ଗବାଡ଼ି ତହସିଲଦାର ଧୀରୋଜ ପାତ୍ରଙ୍କ ଅଧ୍ୟକ୍ଷତାରେ ବାଲିଗୁଡ଼ା ଉପଜିଲାପାଳ ପ୍ରଣୀତା ଦାସ, ଏସ୍‌ଡିପିଓ ଶୁଭମ ଭୋସଲେ, ବିଡ଼ିଓ ପ୍ରୀତିରଞ୍ଜନ ରଥ ମଞ୍ଚାସିନ ରହି ଶାନ୍ତିଶୃଙ୍ଖଳା ସହ ବଡ଼ଦିନ ପାଳନ ପାଇଁ ଆଲୋଚନା କରିଥିଲେ। ବୈଠକରେ ଦାରିଙ୍ଗବାଡ଼ିର ଟ୍ରାଫିକ୍‌ ସମସ୍ୟାର ସମାଧାନ, ଉଠାଦୋକାନୀଙ୍କ ସମସ୍ୟାର ସମାଧାନ, ଷ୍ଟ୍ରିଟ୍‌ଲାଇଟର ମରାମତି, ପରିବେଶର ସୁରକ୍ଷା ସହ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ବିଭିନ୍ନ ସାମ୍ପ୍ରଦାୟ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଦାରିଙ୍ଗବାଡ଼ିରେ ପର୍ଯ୍ୟଟକଙ୍କ ଭିଡ଼ ଯୋଗୁ ଟ୍ରାଫିକ ସମସ୍ୟା ବୃଦ୍ଧି ହେଉଛି। ଏହାସହ ବାଇକ ଷ୍ଟଣ୍ଟ ସମେତ ଦ୍ରୁତ ଗତିରେ ଗାଡ଼ି ଚାଳନାକୁ ରୋକାଯିବାକୁ ପୋଲିସ ପକ୍ଷରୁ ବ୍ୟାପକ ପାଟ୍ରୋଲିଂ ପାଇଁ ବୈଠକରେ କୁହାଯାଇଥିଲା। ସେହିପରି ଅଞ୍ଚଳରେ ଚୋରା ମଦକାରବାର ବନ୍ଦ କରାଗଲେ ଅଞ୍ଚଳରେ ବିଶୃଙ୍ଖଳା ହେବନାହିଁ ତେଣୁ ପୋଲିସ ଏଥିପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୈଠକରେ ଅଞ୍ଚଳବାସୀ ଦାବି କରିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଡିଏସ୍‌ପି ତଥା ଥାନା ଅଧିକାରୀ କନକ ମାଝୀ, ଇନ୍ସପେକ୍ଟର ସଂଗ୍ରାମ କେଶରୀ ଜେନା, ବଣିକ ସଙ୍ଘ ସଭାପତି ଲଡ଼ୁ କିଶୋର ସାହୁ, ଖ୍ରୀଷ୍ଟିୟାନ ଜନ କଲ୍ୟାଣର ସଭାପତି ସୁନୀଲ କୁମାର ପ୍ରଧାନ, ସମ୍ପାଦକ ସଞ୍ଜୀବ ପ୍ରଧାନ, କୋଷଧ୍ୟକ୍ଷ ଧିରେନ ପ୍ରଧାନ, କୁଇ ସମାଜର ସମ୍ପାଦକ ଶୁକଦେ ପ୍ରଧାନ, ଦାରିଙ୍ଗବାଡ଼ି ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ, ସିର୍କାବର୍ଗ ସମିତିସଭ୍ୟ ଶ୍ୟାମଘନ ପ୍ରଧାନ, ଭ୍ରମରବାଡ଼ି ସମିତିସଭ୍ୟା ମିତା ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

ଶନିଙ୍କ ଚଳନରେ ମାଲାମାଲ ହେବେ ୪ ରାଶି: ଅଚାନକ ବଦଳିଯିବ ଭାଗ୍ୟ, ହେବ ଧନବର୍ଷା

ବୈଦିକ ଜ୍ୟୋତିଷରେ ଶନିଦେବଙ୍କ ଚଳନ ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ମହତ୍ତ୍ୱ ଦିଆଯାଏ। ଶନି ରାଶି କିମ୍ବା ନକ୍ଷତ୍ର ପରିବର୍ତ୍ତନ କଲେ ଏହାର ପ୍ରଭାବ ସମସ୍ତ ୧୨ଟି…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ଯୁବକଙ୍କ ମୁଣ୍ଡ କାଟି ପୋଖରୀରେ ଫିଙ୍ଗିଦେଲେ

ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri