ପଖାଳ ସହ ୨/ ୩ ଦିନର ବାସି ଆମ୍ବ ଟାକୁଆ ଯାଉ ନେଲା ଜୀବନ, ଭୋକ ଉପାସ ଯୋଗୁ ନୁହଁ ଏହା ପାରମ୍ପରିକ କହିଲେ ଜିଲାପାଳ

ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କାରେ ଆମ୍ବ ଟାକୁଆ ଖାଇ୨ ଜଣଙ୍କ ମୃତ୍ୟୁ ଘଟିଛି। ୬ ଜଣ ଏବେ ମଧ୍ୟ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଘଟଣାକୁ କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ ଗୁରୁତର ଭାବେ ନେଇଛନ୍ତି। ସେ ବିଡିଓ ପ୍ରୀତିରଞ୍ଜନ ରଥ, ତହସିଲଦାର ଶରତ ଶବର ଓ ଜିଲା ଏବଂ ବ୍ଲକର ସ୍ବାସ୍ଥ୍ୟ ବିଭାଗର ଡାକ୍ତରଙ୍କୁ ଘଟଣାସ୍ଥଳକୁ ପଠାଇ ତଦନ୍ତ କରାଇବା ସହ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏଥିସହ ଜିଲାପାଳ ଶୁକ୍ରବାର ଓ ଶନିବାର ଦାରିଙ୍ଗବାଡି ଓ ବ୍ରାହ୍ମଣୀଗାଁ ଅଞ୍ଚଳ ପରିଦର୍ଶନ କରି ତଦାରଖ କରିଛନ୍ତି। ସେ ବ୍ରାହ୍ମଣୀଗାଁ ସ୍ବାସ୍ଥ୍ୟକେନ୍ଦ୍ର ଓ ପିଡିିଏସ ବଣ୍ଟନ କେନ୍ଦ୍ରର ସ୍ଥିତି ଅନୁଧ୍ୟାନ କରଥିଲେ।
ପ୍ରାଥମିକ ତଦନ୍ତ ରିପୋର୍ଟ ଅନୁସାରେ, ଆମ୍ବ ଟାକୁଆକୁ ଯାଉ କରି ଖାଇବା ସହ ତାକୁ ୨ ରୁ ୩ ଦିନ ପର୍ଯ୍ୟନ୍ତ ବାସି ଖାଇବାରୁ ଭୁତାଣୁ ଜନିତ ଖାଦ୍ୟ ବିଷାକ୍ତ ହୋଇଥିବା ଜିଲାପାଳ କହିଛନ୍ତି। ସେ କହିଛନ୍ତି, ଭୋକ ଉପାସ ଯୋଗୁ ନୁହଁ ପାରମ୍ପରିକ ଭାବେ ଖାଇଥିବା ପୀଡିତାମାନେ କହିଛନ୍ତି। ଯଦି ବାସି ଯାଉ ଖାଇ ନ ଥାନ୍ତେ ଏଭଳି ପରିସ୍ଥିତି ଉପୁଜିନଥାନ୍ତା ବୋଲି ଜିଲାପାଳ ଅମ୍ରିତ ଋତୁରାଜ କହିଛନ୍ତ।
ସେ ଅଞ୍ଚଳରେ କିଭଳି ଆଉ ଆମ୍ବ ଟାକୁଆ ଏବଂ ବିପଦ ସୃଷ୍ଟିକାରୀ ଖାଦ୍ୟ ନ ଖାଇବେ ସେ ନେଇ ଗାଁ ଗାଁରେ ସଚେତନ କାର୍ଯ୍ୟ ଆରମ୍ଭ କରାଯାଇଥିବା ଜିଲାପାଳ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?