‘ଓଡ଼ିଆ ଭାଷାକୁ କନ୍ଧମାଳର ଅବଦାନ ଅତୁଳନୀୟ’

ଫୁଲବାଣୀ ଅଫିସ, ୨୮ା୧: କନ୍ଧମାଳ ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟ ସମସ୍ତଙ୍କୁ ବିମୋହିତ କରିଛି । ଆଦିବାସୀଙ୍କ ନିଷ୍ପାପ ପ୍ରେମ ସମସ୍ତଙ୍କୁ ଋଣୀ କରିଛିା ସରଳ ଆଦିବାସୀଙ୍କ ଦେଶପ୍ରେମ ବିଷୟରେ ସମସ୍ତେ ଜାଣନ୍ତିନାହିଁ । ଜୀବନକୁ ଉତ୍ସର୍ଗ କରି ଏହି ମାଟିର କେତେ ବୀର ପୁରୁଷ ଦେଶ ସ୍ବାଧୀନ ପାଇଁ ବଳି ପଡିଛନ୍ତି। କେବଳ ଏତିକି ନୁହେଁ, ଓଡିଆ ଭାଷାକୁ କନ୍ଧମାଳର ଅବଦାନ ଅତୁଳନୀୟ ବୋଲି ଜିଲା ମହୋତ୍ସବର ତୃତୀୟ ସନ୍ଧ୍ୟାରେ ମୁଖ୍ୟଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ବିକାଶ ପରିଷଦ ଉପଦେଷ୍ଟା ପ୍ରଦୀପ ମାଝି ପ୍ରକାଶ କରଛନ୍ତି। ସେହିପରି ସମ୍ମାନିତ ଅତିଥି ଭାବେ ଗଜପତି ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ମାରିୟମ ରାଇତୋ, ନବରଙ୍ଗପୁର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଉପେନ୍ଦ୍ର ଗଣ୍ଡ, କନ୍ଧମାଳ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ରୋଦନ ମଲ୍ଲିକ ପ୍ରମୁଖ ଯୋଗଦେଇ କହିଥିଲେ ଆଦିବାସୀ ସଂସ୍କୃତି, ପରମ୍ପରା ଉଦ୍‌ଜୀବୀତ ରଖିବା, ଏହି ଜାତିକୁ ଆଗେଇ ନେବା ପାଇଁ ରାଜ୍ୟ ସରକାର ବହୁ ପଦକ୍ଷେପ ନେଇଛନ୍ତି। ସେଥିମଧ୍ୟରୁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅନ୍ୟତମ । ଆଗକୁ ଆଦିବାସୀଙ୍କ ଉନ୍ନତି ପାଇଁ ବହୁ କାର୍ଯ୍ୟ କରାଯିବ ବୋଲି ସେ ପ୍ରକାଶ କରଛନ୍ତି। ଫୁଲବାଣୀ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ନରେଶ ଚନ୍ଦ୍ର ଶବର ଅତିଥିମାନଙ୍କୁ ସ୍ବାଗତ କରିଥିଲେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଆସାମ ବିହୁ ନୃତ୍ୟ, ପଶ୍ଚିମବଙ୍ଗ ପିରୁଲିୟା ଛଉ, ବୌଦ୍ଧର ମହୁଲ ବେଟା ନୃତ୍ୟ, ନୟାଗଡ ପଶୁ ନୃତ୍ୟ, କଳାହାଣ୍ଡି ଘୁମୁରା, ବାଲେଶ୍ୱର ଚଢ଼େୟା-ଚଢ଼େୟାଣୀ, ରାୟଗଡା ଢ଼େମସା, ମାଳକାନଗିରି ଦୁରୁଆ ସମେତ ଜିଲାର ବିଭିନ୍ନ ବ୍ଲକର ଲୋକ ନୃତ୍ୟ ଏବଂ ସଂଗୀତ ବିଚିତ୍ରା ପରିବେଷଣ କରା ଯାଇଥିଲା । ସମ୍ବଲପୁର ମା’ ଆଦିଶକ୍ତି ଗ୍ରୁପ ଅର୍ଚ୍ଚନା ପାଢ଼ୀଙ୍କ ସଂଗୀତ ଯାଦୁରେ ଦର୍ଶକ ଝୁମିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri