‘ଓଡ଼ିଆ ଭାଷାକୁ କନ୍ଧମାଳର ଅବଦାନ ଅତୁଳନୀୟ’

ଫୁଲବାଣୀ ଅଫିସ, ୨୮ା୧: କନ୍ଧମାଳ ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟ ସମସ୍ତଙ୍କୁ ବିମୋହିତ କରିଛି । ଆଦିବାସୀଙ୍କ ନିଷ୍ପାପ ପ୍ରେମ ସମସ୍ତଙ୍କୁ ଋଣୀ କରିଛିା ସରଳ ଆଦିବାସୀଙ୍କ ଦେଶପ୍ରେମ ବିଷୟରେ ସମସ୍ତେ ଜାଣନ୍ତିନାହିଁ । ଜୀବନକୁ ଉତ୍ସର୍ଗ କରି ଏହି ମାଟିର କେତେ ବୀର ପୁରୁଷ ଦେଶ ସ୍ବାଧୀନ ପାଇଁ ବଳି ପଡିଛନ୍ତି। କେବଳ ଏତିକି ନୁହେଁ, ଓଡିଆ ଭାଷାକୁ କନ୍ଧମାଳର ଅବଦାନ ଅତୁଳନୀୟ ବୋଲି ଜିଲା ମହୋତ୍ସବର ତୃତୀୟ ସନ୍ଧ୍ୟାରେ ମୁଖ୍ୟଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ବିକାଶ ପରିଷଦ ଉପଦେଷ୍ଟା ପ୍ରଦୀପ ମାଝି ପ୍ରକାଶ କରଛନ୍ତି। ସେହିପରି ସମ୍ମାନିତ ଅତିଥି ଭାବେ ଗଜପତି ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ମାରିୟମ ରାଇତୋ, ନବରଙ୍ଗପୁର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଉପେନ୍ଦ୍ର ଗଣ୍ଡ, କନ୍ଧମାଳ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ରୋଦନ ମଲ୍ଲିକ ପ୍ରମୁଖ ଯୋଗଦେଇ କହିଥିଲେ ଆଦିବାସୀ ସଂସ୍କୃତି, ପରମ୍ପରା ଉଦ୍‌ଜୀବୀତ ରଖିବା, ଏହି ଜାତିକୁ ଆଗେଇ ନେବା ପାଇଁ ରାଜ୍ୟ ସରକାର ବହୁ ପଦକ୍ଷେପ ନେଇଛନ୍ତି। ସେଥିମଧ୍ୟରୁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅନ୍ୟତମ । ଆଗକୁ ଆଦିବାସୀଙ୍କ ଉନ୍ନତି ପାଇଁ ବହୁ କାର୍ଯ୍ୟ କରାଯିବ ବୋଲି ସେ ପ୍ରକାଶ କରଛନ୍ତି। ଫୁଲବାଣୀ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ନରେଶ ଚନ୍ଦ୍ର ଶବର ଅତିଥିମାନଙ୍କୁ ସ୍ବାଗତ କରିଥିଲେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଆସାମ ବିହୁ ନୃତ୍ୟ, ପଶ୍ଚିମବଙ୍ଗ ପିରୁଲିୟା ଛଉ, ବୌଦ୍ଧର ମହୁଲ ବେଟା ନୃତ୍ୟ, ନୟାଗଡ ପଶୁ ନୃତ୍ୟ, କଳାହାଣ୍ଡି ଘୁମୁରା, ବାଲେଶ୍ୱର ଚଢ଼େୟା-ଚଢ଼େୟାଣୀ, ରାୟଗଡା ଢ଼େମସା, ମାଳକାନଗିରି ଦୁରୁଆ ସମେତ ଜିଲାର ବିଭିନ୍ନ ବ୍ଲକର ଲୋକ ନୃତ୍ୟ ଏବଂ ସଂଗୀତ ବିଚିତ୍ରା ପରିବେଷଣ କରା ଯାଇଥିଲା । ସମ୍ବଲପୁର ମା’ ଆଦିଶକ୍ତି ଗ୍ରୁପ ଅର୍ଚ୍ଚନା ପାଢ଼ୀଙ୍କ ସଂଗୀତ ଯାଦୁରେ ଦର୍ଶକ ଝୁମିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri