Posted inଖେଳ

କନ୍ଧମାଳ, ଢେଙ୍କାନାଳ, ଖୋର୍ଦ୍ଧା ବିଜୟୀ

ଭୁବନେଶ୍ୱର, ୩ା୫ (ସ୍ପୋଟର୍‌ସ ବ୍ୟୁରୋ): ୬୨ତମ ସିନିୟର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ ଚାମ୍ପିୟନଶିପ୍‌ ସାହାଣୀ କପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚଗୁଡ଼ିକରେ କନ୍ଧମାଳ, ଢେଙ୍କାନାଳ, ଖୋର୍ଦ୍ଧା ବିଜୟ ଲାଭ କରିଛନ୍ତି। ସମ୍ବଲପୁର ଓ କଳାହାଣ୍ଡି ମଧ୍ୟରେ ଅନୁଷ୍ଠିତ ମ୍ୟାଚ ୧-୧ରେ ଅମୀମାଂସିତ ଭାବେ ଶେଷ ହୋଇଛି। କଟକସ୍ଥିତ ବିଡ଼ାନାସୀ ଗ୍ରାଉଣ୍ଡରେ ଅନୁଷ୍ଠିତ ମ୍ୟାଚରେ କନ୍ଧମାଳ ୫-୦ ଗୋଲ୍‌ରେ କେନ୍ଦ୍ରାପଡ଼ାକୁ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ଶିଶିକାନ୍ତ ଦାସିଆ, ସଞ୍ଜୀବ ଦାଶ, ଲକ୍ଷ୍ମଣ ସେଠ୍‌ ଓ ଉତ୍କଳମଣି ବେହେରା ଗୋଲ୍‌ ସ୍କୋର କରିଥିଲେ। ଦୁର୍ଗାମାଧବ ନାୟକ ମ୍ୟାଚ କମିଶନର ଦାୟିତ୍ୱ ତୁଲାଇଥିଲେ। ଭୁବନେଶ୍ୱରସ୍ଥିତ ୭ମ ବାଟାଲିୟନ ଗ୍ରାଉଣ୍ଡରେ ଅନୁଷ୍ଠିତ ମ୍ୟାଚରେ ଢେଙ୍କାନାଳ ୨-୦ ଗୋଲରେ ଭଦ୍ରକକୁ ପରାସ୍ତ କରିଛି। ଦଳ ପକ୍ଷରୁ ଆଶିଷ ମାଝି ଦୁଇଟି ଯାକ ଗୋଲ ଖେଳର ୫୪ ଓ ୫୮ତମ ମିନିଟ୍‌ରେ ଦେଇଥିଲେ। ସୁଜିତ ପାତ୍ର ମ୍ୟାଚ କମିଶନର ଦାୟିତ୍ୱ ନିର୍ବାହ କରିଥିଲେ। କଟକସ୍ଥିତ ଓଟିମ୍‌ ଗ୍ରାଉଣ୍ଡରେ ସମ୍ବଲପୁର ଓ କଳାହାଣ୍ଡି ମଧ୍ୟରେ ଅନୁଷ୍ଠିତ ମ୍ୟାଚ ୧-୧ରେ ଡ୍ର ଭାବେ ଶେଷ ହୋଇଛି। କଳାହାଣ୍ଡି ତରଫରୁ ଭବାନୀ ଶଙ୍କର ବେମାଲ ୬୬ତମ ମିନିଟରେ ମ୍ୟାଚର ପ୍ରଥମ ଜୋଲ ସ୍କୋର କରିଥିଲେ। ପରେ ସମ୍ବଲପୁର ତରଫରୁ ବିଜୁ ଓରାମ (୯୦+୧)ଏକ ଗୋଲ ଦେଇ ମ୍ରାଚକୁ ସମାନ ସ୍ତରକୁ ନେଇ ଆସିଥିଲେ। ଭୁବନେଶ୍ୱରସ୍ଥିତ କ୍ୟାପିଟଲ ଫୁଟ୍‌ବଲ ଆରେନାଠାରେ ଖେଳାଯାଇଥିବା ମ୍ୟାଚରେ ଖୋର୍ଦ୍ଧା ୫-୧ ଗୋଲ୍‌ରେ ନୂଆପଡ଼ାକୁ ପରାସ୍ତ କରିଛି। ଦଳ ପକ୍ଷରୁ ଅସୀମ ଡୁଙ୍ଗ୍‌ ଡୁଙ୍ଗ୍‌ (୫୫ତମ ଓ ୫୭ତମ ମିନିଟ) ୨ଟି ଗୋଲ ସ୍କୋର କରିଥିବା ବେଳେ ଗାଜାସୁଦ୍ଦିନ ଖାନ୍‌ (୩୦ତମ), ଅଜୟ ନାୟକ (୭୨ତମ) ଓ ମନୋଜ ସ୍ବାଇଁ (୪୯ତମ) ଗୋଟିଏ ଲେଖାଏଁ ଗୋଲ ଦେଇଥିଲେ। ନୂଆପଡ଼ା ପକ୍ଷରୁ ଏକମାତ୍ର ଗୋଲ ଦୀନେଶ କୁମାର ଖେଳର ୩୩ତମ ମିନିଟ୍‌ରେ ସ୍କୋର କରିଥିଲେ। ସୁଦୀପ୍ତ ଦାଶ ମ୍ୟାଚ କମିଶନର ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ଟସ୍‌ ଜିତିଲା ରାଜସ୍ଥାନ

ଗୌହାଟି,୩୦।୩: ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ IPL 2026ର ସୋମବାର ଖେଳାଯାଉଥିବା ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri