ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା ପଞ୍ଚାୟତର ତୀର୍ଥକ୍ଷେତ୍ର ଋଷିମାଳରେ ପହଞ୍ଚି ସେଠାରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟକୁ ବୁଲି ଦେଖିଥିଲେ। ପରେ ସେ ବ୍ରାହ୍ମଣୀଗାଁର ଋଷିମାଳ ଡିଗ୍ରୀ କଲେଜରେ ପହଞ୍ଚି ସେଠାକାର ଉନ୍ନୟନ କାର୍ଯ୍ୟକୁ ଦେଖିଥିଲେ। ପରେ ପ୍ରଭାତୀ ତାରା ବାଳିକା ଉଚ୍ଚ ବିଦ୍ୟାଳୟକୁ ଯାଇ ସେଠାରେ ମଧ୍ୟ ଉନ୍ନୟନ କାର୍ଯ୍ୟକୁ ବୁଲି ଦେଖିବା ସହ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ।

ପରେ ଦାରିଙ୍ଗବାଡି ଫେରି ଆସି ସେ ନୂତନ ବସ ଷ୍ଟାଣ୍ଡ ପାଇଁ ସ୍ଥିର କରାଯାଇଥିବା ଜମିକୁ ପରିଦର୍ଶନ କରିଥିଲେ। ଖୁବ ଶୀଘ୍ର ବସ ଷ୍ଟାଣ୍ଡ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ପ୍ରତିକ୍ରିୟାରେ ଜିଲାପାଳ କହିଥିଲେ। ପରେ ପ୍ରସ୍ତାବିତ ଏକଲବ୍ୟ ମୋଡେଲ ରେସିଡେନ୍ସିଆଲ ସ୍କୁଲ ପାଇଁ ଜମି ଚହ୍ନଟ ହୋଇଯାଇଛି। ତାକୁ ତହସିଲଦାର ଧୀରଜ ପତ୍ର ଜିଲାପାଳଙ୍କୁ ଦେଖରିବା ସହ ତାହା ସ୍କୁଲ ପାଇଁ ବହୁତ ଭଲ ହେବ ବୋଲି କୁହାଯାଇଛି। ପରେ ଜିଲାପାଳ ବେଦଭୂଷଣ ଏକ ସମୀକ୍ଷା କରି ସମସ୍ତ ବିକାଶ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ବିଡିଓ ପ୍ରୀତିରଞ୍ଜନ ରଥ ଏବଂ ଅନ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲାପାଳଙ୍କ ଗସ୍ତ ସମୟରେ ବଡିିଓ ପ୍ରୀତିରଞ୍ଜନ ରଥଙ୍କ ସହ ସହକାରୀ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ ରଥ ଏବଂ ସମସ୍ତ ସହକାରୀ ଯନ୍ତ୍ରୀ ତୁଷାର ସେଠି, କନିଷ୍ଠ ଯନ୍ତ୍ରୀ ଧିରେନ ସେଠି ଓ ଅନ୍ୟ ଯନ୍ତ୍ରୀ ଋଷିମାଳ କଲେଜର ଅଧ୍ୟକ୍ଷ ଏବଂ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri