ଆଦିବାସୀ ମେଳାରେ ଲୋକଙ୍କ ମନ ଜିଣୁଛି କନ୍ଧମାଳ ସାମଗ୍ରୀ: ଆକର୍ଷଣ ପାଲଟିଛି କୁଟିଆ କନ୍ଧଙ୍କ ଘର

ଦାରିଙ୍ଗବାଡି,୭।୧(ଅରୁଣ ସାହୁ): ରାଜ୍ୟ ଆଦିବାସୀ ମେଳାରେ କନ୍ଧମାଳ ଜିଲା ଦାରିଙ୍ଗବାଡିର ପାରମ୍ପରିକ ସାମଗ୍ରୀ ବିକ୍ରୀ ହେଉଛି। ବାଲିଗୁଡା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) ପକ୍ଷରୁ ୫ଟି ଷ୍ଟଲ ଆଦିବାସୀ ମେଳାରେ ସ୍ଥାନ ପାଇଥିବାବେଳେ ଦାରିଙ୍ଗବାଡି ବ୍ଲକରୁ ୩ଟି ଷ୍ଟଲ  ସ୍ଥାନ ପାଇଛି। ଆଦିବାସୀ ମହିଳାଙ୍କୁ ସ୍ବାବଲମ୍ବୀ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଥିବା ବେଳେ ଗାଁ ଗାଁରେ ମହିଳାମାନଙ୍କୁ ନେଇ ବନ ଧନ ବିକାଶ କେନ୍ଦ୍ର କରାଯାଇ ବିଭିନ୍ନ ପାରମ୍ପରିକ ସାମଗ୍ରୀକୁ ପ୍ରସ୍ତୁ୍‌ତି କରି ବିକ୍ରିବଟା କରାଇ ସ୍ବାବଲମ୍ବୀ କରାଇଛନ୍ତି।
ଏହି ମେଳାରେ କନ୍ଧମାଳର ହଳଦୀ, ସୋରିଷ, କୁଏରୀ, ମାଣ୍ଡିଆ, ହଳଦୀ ଗୁଣ୍ଡ, କାଙ୍ଗୁ, ଫୁଲଝାଡୁ ଭଳି କନ୍ଧମାଳର ପାରମ୍ପରିକ ସାମଗ୍ରୀ ତଥା ଜଙ୍ଗଲ ଜାତୀୟ ସାମଗ୍ରୀ ମହୁ, ଝୁଣା, ପାଳୁ ଆଦି ବିକ୍ରି କରାଯାଉଛି। ସେହିପରି ଡୋକରା କଳାକୃତି ସାମଗ୍ରୀ ମଧ୍ୟ ସେଠାରେ ବିକ୍ରି ହେଉଥିବାବେଳେ ସେଠାରେ କୁଟିଆ କନ୍ଧଙ୍କ ଚଳଣି ଗୃହ କରାଯାଇଛି। ଯେଉଁଠି ଆଦିବାସୀଙ୍କ ଚଳଣି, ଚାଷ କାର୍ଯ୍ୟ, ପାରମ୍ପରିକ ଖାଦ୍ୟ କନ୍ଧମାଳର କଳା ସଂସ୍କୃତି, ସାହିତ୍ୟ ଆଦି ସେଠାରେ ଦର୍ଶକ ଦେଖିପାରିବେ ବୋଲି ବାଲିଗୁଡା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର କହିଛନ୍ତି। ସେ ନିଜେ ସେଠାରେ ଉପସ୍ଥିତ ରହି ଏହାର ତଦାରଖ କରୁଛନ୍ତି। ଏହି ସମସ୍ତ ଷ୍ଟଲ ଓ କୁଟିଆ କନ୍ଧଙ୍କ ଚଳଣି ଘର ଆଦିକୁ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଅନୁସୂଚିତ ଜାତି ଓ ଜନଜାତି ତଥା ଗଣ ଶିକ୍ଷମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଭୁବନେଶ୍ୱର ଏମପି ଅପରାଜିତା ଷଡ଼ଙ୍ଗୀ, ଏକାମ୍ର ବିଧାୟକ ବାବୁ ସିଂ ପ୍ରମୁଖ ବୁଲି ଦେଖିବା ସହ ପ୍ରଂଶସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri