ବୁଧବାରରୁ କନ୍ଧମାଳ ଲକ୍‌ଡାଉନ

ଦାରିଙ୍ଗବାଡ଼ି,୨୮।୭(ଡି.ଏନ୍‌.ଏ): କନ୍ଧମାଳ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ଯୋଗୁ ଜିଲା ପ୍ରଶାସନ ବୁଧବାର ସନ୍ଧ୍ୟା ୫ଟାରୁ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଜିଲାକୁ ଲକ୍‌ଡାଉନ ଘୋଷଣା କରିଛନ୍ତିି। ଏହି ସମୟରେ କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯେପରି ରାସନ, ଔଷଧ, କ୍ଷୀର ଆଦି ସକାଳ ୭ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଖୋଲାରହିବ। ସେହିପରି ଅପରାହ୍ନ ୧ଟାରୁ ତା’ପରଦିନ ସକାଳ ୫ଟା ପର୍ଯ୍ୟନ୍ତ ଜନସାଧାରଣଙ୍କୁ ବାହାରକୁ ବାହାରିବାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। କୋଭିଡ୍‌ ନିୟମ ଉଲ୍ଲଂଘନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କନ୍ଧମାଳ ଜିଲାପାଳ ତାଙ୍କ ଚିଠିରେ ଦର୍ଶାଇଛନ୍ତି। ଲକ୍‌ଡାଉନ ସମୟରେ ପେଟ୍ରୋଲ ପମ୍ପ ସମେତ ବିଦ୍ୟୁତ ସେବା, ସ୍ବାସ୍ଥ୍ୟସେବା ଅଗ୍ନୀଶମ, ଜରୁରୀ ସରକାରୀ ସେବା ଆମ୍ବୁଲାନ୍ସ, ସ୍ବାସ୍ଥ୍ୟସେବା ଆଦି ଖୋଲାରହିବ।
ସୂଚନାଯୋଗ୍ୟ, ଗତ ୪ ଦିନ ହେଲା ଜିଲାରେ ଶଟ୍‌ଡାଉନ ହୋଇ ରହିଛି। ମଙ୍ଗଳବାର ଶଟଡାଉନର ଶେଷ ଦିନ। ଏହି ସମୟରେ ଦାରିଙ୍ଗବାଡ଼ିର ପ୍ରାୟ ୮ହଜାର ଲୋକଙ୍କ ସ୍ବାସ୍ଥ୍ୟକୁ ସ୍ବାସ୍ଥ୍ୟବିଭାଗ ପକ୍ଷରୁ ଥର୍ମାଲ ସ୍କ୍ରିନିଂ କରାଯାଉଛି। ସାହି ସାହି ବୁଲି ଘରର ସମସ୍ତ ସଦଶ୍ୟଙ୍କ ପରୀକ୍ଷା କରାଯିବା ସହ ସମସ୍ତ ତଥ୍ୟକୁ କର୍ମଚାରୀ ଲିଖିତ ଭାବେ ରେକର୍ଡ଼ ସଂଗ୍ରହ କରୁଛନ୍ତିି। କୌଣସି ତଥ୍ୟ ନ ଲୁଚାଇ ପ୍ରଶାସନକୁ ସହଯୋଗ କରିବା ପାଇଁ ତହସିଲଦାର ନିତିସ କୁମାର ତ୍ରୀପାଠି ନିବେଦନ କରିଥିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri