ବୁଧବାରରୁ କନ୍ଧମାଳ ଲକ୍‌ଡାଉନ

ଦାରିଙ୍ଗବାଡ଼ି,୨୮।୭(ଡି.ଏନ୍‌.ଏ): କନ୍ଧମାଳ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ଯୋଗୁ ଜିଲା ପ୍ରଶାସନ ବୁଧବାର ସନ୍ଧ୍ୟା ୫ଟାରୁ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଜିଲାକୁ ଲକ୍‌ଡାଉନ ଘୋଷଣା କରିଛନ୍ତିି। ଏହି ସମୟରେ କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯେପରି ରାସନ, ଔଷଧ, କ୍ଷୀର ଆଦି ସକାଳ ୭ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଖୋଲାରହିବ। ସେହିପରି ଅପରାହ୍ନ ୧ଟାରୁ ତା’ପରଦିନ ସକାଳ ୫ଟା ପର୍ଯ୍ୟନ୍ତ ଜନସାଧାରଣଙ୍କୁ ବାହାରକୁ ବାହାରିବାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। କୋଭିଡ୍‌ ନିୟମ ଉଲ୍ଲଂଘନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କନ୍ଧମାଳ ଜିଲାପାଳ ତାଙ୍କ ଚିଠିରେ ଦର୍ଶାଇଛନ୍ତି। ଲକ୍‌ଡାଉନ ସମୟରେ ପେଟ୍ରୋଲ ପମ୍ପ ସମେତ ବିଦ୍ୟୁତ ସେବା, ସ୍ବାସ୍ଥ୍ୟସେବା ଅଗ୍ନୀଶମ, ଜରୁରୀ ସରକାରୀ ସେବା ଆମ୍ବୁଲାନ୍ସ, ସ୍ବାସ୍ଥ୍ୟସେବା ଆଦି ଖୋଲାରହିବ।
ସୂଚନାଯୋଗ୍ୟ, ଗତ ୪ ଦିନ ହେଲା ଜିଲାରେ ଶଟ୍‌ଡାଉନ ହୋଇ ରହିଛି। ମଙ୍ଗଳବାର ଶଟଡାଉନର ଶେଷ ଦିନ। ଏହି ସମୟରେ ଦାରିଙ୍ଗବାଡ଼ିର ପ୍ରାୟ ୮ହଜାର ଲୋକଙ୍କ ସ୍ବାସ୍ଥ୍ୟକୁ ସ୍ବାସ୍ଥ୍ୟବିଭାଗ ପକ୍ଷରୁ ଥର୍ମାଲ ସ୍କ୍ରିନିଂ କରାଯାଉଛି। ସାହି ସାହି ବୁଲି ଘରର ସମସ୍ତ ସଦଶ୍ୟଙ୍କ ପରୀକ୍ଷା କରାଯିବା ସହ ସମସ୍ତ ତଥ୍ୟକୁ କର୍ମଚାରୀ ଲିଖିତ ଭାବେ ରେକର୍ଡ଼ ସଂଗ୍ରହ କରୁଛନ୍ତିି। କୌଣସି ତଥ୍ୟ ନ ଲୁଚାଇ ପ୍ରଶାସନକୁ ସହଯୋଗ କରିବା ପାଇଁ ତହସିଲଦାର ନିତିସ କୁମାର ତ୍ରୀପାଠି ନିବେଦନ କରିଥିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri