ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତିକୁ ସ୍ବାଗତ କଲେ କନ୍ଧମାଳ ଏମପି: କହିଲେ, ଏହା ଏକ ମାଇଲଖୁଣ୍ଟ

ଦାରିଙ୍ଗବାଡି,୨୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତିକୁ ନେଇ ଦାରିଙ୍ଗବାଡି ଅଞ୍ଚଳରେ ସ୍ବାମୀଜୀଙ୍କ ଅନୁଗତ୍ୟ ମାନଙ୍କ ମଧ୍ୟରେ ଖୁସିର ଲହରୀ ଦେଖାଯାଇଛି।
ଦାରିଙ୍ଗବାଡି ଭାଜପା ମଣ୍ଡଳ ସଭାପତି ମିଟୁ ସାହୁଙ୍କ ସମେତ ଉପସଭାପତି ସୁବାଷ ସାହୁ,ସାଧାରଣ ସମ୍ପାଦକ ରୁଦ୍ର ମାଧବ ସାହୁ, ରଞ୍ଜନ ସାହୁ, ହରେନ ସାହୁ, ଜିଲା ଉପସଭାପତି ଅଜିତ ସାହୁ, ଜିଲା ସମ୍ପାଦକ ସନ୍ତୋଷ ସାହୁ, ଦିଲୀପ ସାହୁ, ସମେତ ଶତାଧିକ କର୍ମକର୍ତ୍ତା ଏଥିପାଇଁ କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ଏବଂ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ସେହିପରି ଏନେଇ କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ସ୍ମୃତିରେ ଘୋଷଣା କରାଯାଇଥିବା ଏହି ନିଷ୍ପତିକୁ ହୃଦୟର ସହ ସ୍ବାଗତ କରିବା ସହ ତାଙ୍କୁ ଆନ୍ତରିକ କୃତଜ୍ଞତା ଜଣାଇଛନ୍ତି ଓ ଏହା ରାଜ୍ୟ ସରକାରଙ୍କ ଐତିହାସିକ ପଦକ୍ଷେପ ବୋଲି ପ୍ରତିକ୍ରିୟାରେ କହିଛନ୍ତି।

ଏମପି କହିଛନ୍ତି ଯେ, କନ୍ଧମାଳବାସୀଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ଜନଜାତି ସମାଜର ଶିକ୍ଷା, ସେବା, ସଂସ୍କୃତି ଓ ସାମାଜିକ ଜାଗରଣ କ୍ଷେତ୍ରରେ ସ୍ବାମୀଜୀଙ୍କ ଅତୁଳନୀୟ ଅବଦାନକୁ ଏହା ଏକ ଉଚିତ ସମ୍ମାନ ମିଳିଥିବା ସେ କହିଛନ୍ତି ସେହିପରି ଜଲେଶପଟ୍ଟା ଆଶ୍ରମର ଐତିହ୍ୟ ସଂରକ୍ଷଣ ଓ ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସହାୟତା (CMSA) ପାଣ୍ଠିରୁ ୧୩ କୋଟି ମଞ୍ଜୁର କରାଯିବା ପାଇଁ ମଧ୍ୟ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ଅର୍ଥରେ ୩୦୦ ଆସନ ବିଶିଷ୍ଟ ଛାତ୍ରୀ ନିବାସ, ଆଶ୍ରମର ଐତିହ୍ୟ ସଂରକ୍ଷଣ, ମେଗା ରିଭର ଲିଫ୍ଟ ଜଳଯୋଗାଣ ପ୍ରକଳ୍ପ, ଶ୍ରେଣୀଗୃହ ଓ ହଷ୍ଟେଲର ନବୀକରଣ ସହ ବିଭିନ୍ନ ମୌଳିକ ସୁବିଧାର ବିକାଶ କରାଯିବ।

ସେ ଆହୁରି କହିଛନ୍ତି ଯେ, ଏହି ପଦକ୍ଷେପ କେବଳ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅମର ଐତିହ୍ୟକୁ ସଂରକ୍ଷିତ କରିବ ନୁହେଁ, ବରଂ କନ୍ଧମାଳର ଜନଜାତି ଛାତ୍ରଛାତ୍ରୀଙ୍କ ଶିକ୍ଷା, ସୁରକ୍ଷା ଓ ସାମଗ୍ରିକ ବିକାଶରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିବ। କନ୍ଧମାଳ ଲୋକସଭା କ୍ଷେତ୍ରର ସମସ୍ତ ଜନସାଧାରଣଙ୍କ ପକ୍ଷରୁ ଏମପି ମୁଖ୍ୟମନ୍ତ୍ରୀଙ୍କୁ ଆନ୍ତରିକ କୃତଜ୍ଞତା ଓ ଅଶେଷ ଧନ୍ୟବାଦ ଜଣାଇବା ସହ ଏହି ଐତିହାସିକ ନିଷ୍ପତ୍ତି କନ୍ଧମାଳର ବିକାଶ ଏବଂ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ସଂରକ୍ଷଣରେ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ବୋଲି ମତ ପ୍ରକାଶ କରିଛନ୍ତି। କନ୍ଧମାଳ ଲୋକସେବା କ୍ଷେତ୍ରର ଏମପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ପ୍ରତିନିଧି ଦୁର୍ଗା ଆଚାର୍ଯ୍ୟ ମଧ୍ୟ ସରକାରଙ୍କୁ ଏଥିପାଇଁ ଧନ୍ୟବାଦ ଜଣାଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ…

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?