ମାଓବାଦୀଙ୍କୁ ପ୍ରତିହତ କରିବାକୁ ଅଣ୍ଟାଭିଡ଼ିଲା କନ୍ଧମାଳ ପୋଲିସ: ବିଭିନ୍ନ ସ୍ଥାନରେ ଖୋଲିଲା ବିଏସଏଫ କ୍ୟାମ୍ପ

ଦାରିଙ୍ଗବାଡି, ୧୧/୧୦ (ଅରୁଣ ସାହୁ): ମାଓବାଦୀଙ୍କୁ ପ୍ରତିହତ କରିବାକୁ ଅଣ୍ଟା ଭିଡିଛି କନ୍ଧମାଳ ପୋଲିସ। ଗତ କିଛି ଦିନ ହେଲା ମାଓବାଦୀ କନ୍ଧମାଳ ଜିଲା ଦାରିଙ୍ଗବାଡି ଏବଂ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ପୁଣି ନିଜ ଉପସ୍ଥିତ ଜାହିର କରିଥିବା ପୋଲିସ ପାଇଁ ମୁଣ୍ଡ ବିନ୍ଧାର କାରଣ ସାଜିଛି । ଏହାକୁ ପ୍ରତିହତ କରିବା ପାଇଁ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ କଲିଙ୍ଗି ଠାରେ ୧୦୮ ବିଏସଏଫ ବାଟାଲିୟନର ନୂତନ କ୍ୟାମ୍ପ ସ୍ଥାପନ କରାଯାଇଛି। ଏହାକୁ କନ୍ଧମାଳ ଏସପି ହରିଶ ବିଶି ନିଜେ ଉପସ୍ଥିତି ରହି ଜାତୀୟପତାକା ଉତ୍ତୋଳନ କରି ଉଦଘାଟନ କରିଛନ୍ତି। କ୍ୟାମ୍ପରେ ବିଏସଏଫ ଯବାନମାନେ ପହଞ୍ଚି ନିଜ ଶିବିରରେ କୁଟୀର ପ୍ରସ୍ତୁତି କରିବା ସହ ତାର ବାଡ଼ କରାଯିବା ସହ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିଛନ୍ତି। ଏହି ଉଦଘାଟନୀ ଉତ୍ସବରେ ଜନସମ୍ପର୍କ ଶିବିରର ଆୟୋଜନ କରାଯିବା ସହ ମାଗଣା ଚିକିତ୍ସା, ଶୀତ ବସ୍ତ୍ର, ପୋଷାକ ପିଲାଙ୍କୁ ଖାତା, କଲମ ଆଦି ବଣ୍ଟନ କରାଯାଇଛି। ଏହି ବାଟାଲିୟନ ଏବେ ଉକ୍ତ ଅଞ୍ଚଳରେ ଜୋରଦାର କମ୍ବିଂ ଅପରେଶନ କରିବା ସହ ମାଓବାଦୀଙ୍କ ଗତିବିଧି ଉପରେ ନଜର ରଖିବ ବୋଲି କୁହାଯାଇଛି। ଏହି ଉଦଘାଟନୀ ଉତ୍ସବରେ ବ୍ରାହ୍ମଣୀଗାଁ ଥାନା ଅଧିକାରୀ ବିଜୟ କୁମାର ହାଇବୁରୁ, ସବଇନ୍ସପେକ୍ଟର ଅମରେନ୍ଦ୍ର ସୁବୁଦ୍ଧି ଓ ଅନ୍ୟ କର୍ମଚାରି ଉପସ୍ଥିତ ରହି ପରିଚାଳନା କରିଥିଲେ। ଜିଲା ପୋଲିସ ଦାରିଙ୍ଗବାଡି ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଏଭଳି କ୍ୟାମ୍ପ କରିବା ପାଇଁ ପ୍ରସ୍ତୁତି ହେଉଥିବା ଜଣାପଡିଛି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ରାମାୟଣରେ ସତୀ ସିଦ୍ଧାନ୍ତ

ରାମାୟଣର ଏକ ଓଡ଼ିଆ ସଂସ୍କରଣରେ ବର୍ଣ୍ଣନା କରାଯାଇଛି ଯେ, ଋଷି ଗୌତମ ତାଙ୍କ କନ୍ୟା ଅଞ୍ଜନି ଓ ଦୁଇ ପୁତ୍ରଙ୍କ ସହ ସମୁଦ୍ରକୂଳରେ ଚାଲୁଥିଲେ। ବାଲି ତାତି…

ନାରୀ ପାଇଁ ଭୋଟ ଅଧିକାର

ରାଣରୁ ଜଣାଯାଏ ମଦ୍ର ଦେଶର ନରପତି ଅଶ୍ୱପତି କନ୍ୟା ସନ୍ତାନଟିଏ ଲାଭକରିବା ଉଦ୍ଦେଶ୍ୟରେ ସହସ୍ରାଧିକ ଯଜ୍ଞ କରିଥିଲେ। ସେହିଭଳି ମିଥିଳାର ରାଜା ଜନକ ଏକଦା ଆକାଶରେ ସୁନ୍ଦରୀ…

ଆଖିବୁଜିଲେ ବରଗଡ଼ ଧନୁଯାତ୍ରାର ନନ୍ଦରାଜା ଅଭିନେତା: ଖେଳିଗଲା ଶୋକର ଲହରୀ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୋପପୁରରେ ନନ୍ଦରାଜା ଭୂମିକାରେ ଅଭିନୟ କରି ଆସୁଥିବା କଳାକାର ସତ୍ୟନାରାୟଣ ପୋଢଙ୍କ ଗୁରୁବାର ଭୋରରୁ ପରଲୋକ…

୨୦୨୬ରେ ଅପ୍ରତ୍ୟାଶିତ ଧନ ପାଇବେ ୪ ରାଶି! ହେବେ କୋଟିପତି, ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ

ନୂଆ ବର୍ଷ ଆରମ୍ଭ ହେବା ପରେ ବୁଲଗେରିଆନ୍ ଭବିଷ୍ୟଜ୍ଞ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଭାଇରାଲ ହେଉଛି। ୨୦୨୫ ବର୍ଷ ପାଇଁ ସେ କରିଥିବା ଅନେକ ଭବିଷ୍ୟବାଣୀ ସତ୍ୟ…

ସାଇକେଲ୍‌କୁ ଧକ୍କା ଦେଇ ହଠାତ୍‌ ଜଳିଗଲା ବାଇକ୍‌: ଆଉ ତା’ପରେ…

ନୂଆପଡ଼ା, ୨୯ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଉଦ୍ୟାନବନ୍ଧ ନିକଟ ଖଇରଭାଡି ଛକ ଜାତୀୟ ରାଜପଥ ଉପରେ ବୁଧବାର ସାଇକେଲକୁ ଧକ୍କା ଦେଇ ଏକ ବାଇକ୍‌…

୨୦୨୭ରେ ୩ଲକ୍ଷ ଛୁଇଁବ ସୁନା, ବଡ଼ ଭବିଷ୍ୟବାଣୀ କରିଦେଲେ…

ନୂଆଦିଲ୍ଲୀ,୨୯।୧: ଯଦି ଆପଣ ଭାବୁଛନ୍ତି ଯେ ସୁନା ଏବଂ ରୂପା ମୂଲ୍ୟ ବର୍ତ୍ତମାନ ଆକାଶଛୁଆଁ ହେଉଛି, ତେବେ ଏକ କାନାଡିୟ ବ୍ୟାଙ୍କର ଏହି ନୂତନ ରିପୋର୍ଟ ଆପଣଙ୍କୁ…

ରାସ୍ତାରେ ଡ୍ରେନେଜ୍‌ ପାଣି, ବଢୁଛି ଅସନ୍ତୋଷ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ):ନୂତନ ଡ୍ରେନ ନିର୍ମାଣ, ରାସ୍ତା ପ୍ରଶସ୍ତୀକରଣ କରାଯାଇ ବରଗଡ଼ ସହର ବିକଶୀତ ହେଉଛି ବୋଲି କୁହାଯାଉଛି। ମାତ୍ର ସହର ମଧ୍ୟରେ ଏଭଳି ସମସ୍ୟା ରହିଛି, ତାହା…

ପୁଣି ଏକ ବଡ଼ଧରଣର ବିମାନ ଦୁର୍ଘଟଣା: ଟେକ୍‌ଅଫ୍‌ବେଳେ ଜଳିଗଲା, ସବୁଯାତ୍ରୀ ମୃତ

ଭେନେଜୁଏଲା,୨୯।୧: କଲମ୍ବିଆ ଏବଂ ଭେନେଜୁଏଲା ସୀମା ନିକଟରେ ଥିବା ନର୍ଟ ଡି ସାଣ୍ଟାଣ୍ଡର ପ୍ରଦେଶରେ ସାଟେନା ଏୟାରଲାଇନ୍ସର ଏକ ବାଣିଜି୍ୟକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri