ଶନିବାରରୁ କନ୍ଧମାଳ ଶଟ୍‌ଡାଉନ୍‌: ଅନୁପସ୍ଥିତ ୨ ଅଧିକାରୀଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡ଼ି,୨୫।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଛି ା ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ୭ ଦିନିଆ ବ୍ୟାଙ୍କ ପ୍ରତିଷ୍ଠାନଗୁଡ଼ିକ ବନ୍ଦ କରିଦିଆଯାଇଛି। ଏଥିସହ ଶନିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଜିଲାକୁ ଶଟ୍‌ଡାଉନ ଘୋଷଣା କରାଯାଇଛି। ଏହାକୁ କାର୍ଯ୍ୟକାରୀ କରାଯିବା ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଦୃଢ଼ ପଦକ୍ଷେପ ନିଆଯାଇଛି। ଜିଲାର ଦାରିଙ୍ଗବାଡ଼ି ଏବଂ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ୨୫ ପଞ୍ଚାୟତରେ ଶଟ୍‌ଡାଉନକୁ ପୋଲିସ ପକ୍ଷରୁ କଡ଼ା ବ୍ୟବସ୍ଥା ଗ୍ରହଣ କରାଯିବା ସହ ବିଭିନ୍ନ ଛକ, ମୁଖ୍ୟ ରାସ୍ତା, ରାଜପଥ ଉପରେ ପୋଲିସ ପାଟ୍ରୋଲିଂ କରିବା ସହ ଛକଗୁଡ଼ିକରେ ପୋଲିସ ଫୋର୍ସ ମୃତୟନ ହୋଇଛି। ଅମାନିଆଙ୍କ ଉପରେ କଡ଼ା ନଜର ରଖିଛି ପୋଲିସ । କେବଳ ଜରୁରୀ ପରିସ୍ଥିତିରେ ଲୋକଙ୍କୁ ଯାତାୟତ ପାଇଁ ଅନୁମତି ରହିଥିବା ବେଳେ ସମସ୍ତ ଦୋକାନବଜାର ବନ୍ଦ ରହିଛି । ଅନାବଶ୍ୟକ ଘରୁ ବାହରିଲେ କଡ଼ା କାଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଥିବା ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝୀ, ବ୍ରାହ୍ମଣୀଗାଁ ଥାନା ଅଧିକାରୀ ରଞ୍ଜିତ କୁମାର ମୁନୀ କହିଛନ୍ତି। ସେହିପରି କନ୍ଧମାଳ -ଗଞ୍ଜାମ ଜିଲାର ସୀମା ବାଇମାଲା ଠାରେ ସିଲ୍‌ କରାଯାଇ ବିଭିନ୍ନ ବିଭାଗର କର୍ମଚାରୀଙ୍କୁ ସେଠାରେ ନିୟୋଜିତ କରାଯାଇଛି। ତେବେ ଦାରିଙ୍ଗବାଡ଼ି ତହସିଲଦାର ନିତିସ କୁମାର ତ୍ରିପାଠୀ ରାତିଅଧିଆ ସେଠାରେ ଚଢ଼ାଉ କରିଥିଲେ। ଦୁଇଜଣ କର୍ମଚାରୀ ଅନୁପସ୍ଥିତ ରହିଥିବା ଯୋଗୁ ତାଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଟୁଇଟ କରି ଜଣାଇଛନ୍ତି। ସେହିପରି ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ଝିଞ୍ଜିରିଗୁଡ଼ା ଠାରେ କନ୍ଧମାଳ-ଗଜପତି ଜିଲା ସୀମାକୁ ସିଲ କରିଦିଆଯାଇଛି। କରୋନା ସଂକ୍ରମଣ ରୋକିବା ପାଇଁ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଥିବା ସମସ୍ତ ପ୍ରକାର ବ୍ୟାଙ୍କ ପ୍ରତିଷ୍ଠାନ, ସ୍ବାସ୍ଥ୍ୟକେନ୍ଦ୍ର, ଥାନା, ବ୍ଲକ, ତହସିଲ କାର୍ଯ୍ୟାଳୟ ଆଦିକୁ ସାନିଟାଇଜ କରାଯାଉଥିବା ବିଡିଓ ଅଭୁମନ୍ୟୁ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri