ମହିଳାଙ୍କୁ ପରିଚୟ ଦେଇଛି କନ୍ଧମାଳ ଷ୍ଟ୍ରବେରି

ଭୁବନେଶ୍ୱର,୧।୨(ଶର୍ମିଷ୍ଠା ପାଣିଗ୍ରାହୀ)ଆଦିବାସୀ ମେଳାରେ କନ୍ଧମାଳ ଷ୍ଟ୍ରବେରି ଷ୍ଟଲ୍‌ରେ ବେଶ୍‌ ଭିଡ଼ ଜମୁଛି। ଗୋଟିଏ ପ୍ୟାକେଟର ମୂଲ୍ୟ ୧୦୦ଟଙ୍କା ରହିଛି। ଯିଏ ଯାଉଛି, ସିଏ କିଣୁଛି। ଜଣେ ଗ୍ରାହକ କହିଥିଲେ, ଆମ ମାଟିରେ ଷ୍ଟ୍ରବେରି ଫଳୁଛି। ଆମେ ଯଦି ଏହାକୁ କିଣି ସେମାନଙ୍କୁ ଲାଭ ନ ଦେବା ତା’ ହେଲେ ସେମାନଙ୍କ ବ୍ୟବସାୟ ହେବ କିଭଳି। ଆଉ ଏହି ଷ୍ଟ୍ରବେରି ସୁସ୍ବାଦୁ ମଧ୍ୟ। ବଜାରରରେ ଏଭଳି ପ୍ୟାକେଟ ୭୦ କି ୫୦ ଟଙ୍କାରେ ମିଳୁଛି। ମାତ୍ର ତା’ଠାରୁ ଏହା ଢେର ଅଲଗା। ଷ୍ଟ୍ରବେରି ଚାଷୀ ମିଙ୍କୁଲତା ପ୍ରଧାନ କହିଛନ୍ତି, ଆମେ ଆଗରୁ ଅଲଗା ପରିବା ଚାଷ କରୁଥିଲୁ। ମାତ୍ର ଗତବର୍ଷ ସରକାରଙ୍କ ପକ୍ଷରୁ ଚାରା ମିଳିବାରୁ ଆମେ ଷ୍ଟ୍ରବେରି ଚାଷ ଆରମ୍ଭ କଲୁ। ନଭେମ୍ବରରେ ଚାରା ଲାଗିଲେ ଜାନୁଆରୀ, ଫେବୃଆରୀ ଭିତରେ ଫଳ ଆସିଯାଏ। ପ୍ରତି ଗଛରୁ ପ୍ରାୟ ୫୦୦ଗ୍ରାମରୁ ଅଧିକ ଷ୍ଟ୍ରବେରି ଫଳିଥାଏ। ତେବେ ଏଥର ମେଳାରେ ଷ୍ଟଲ ପକାଇଛୁ। ମାଲ୍‌ ଆସି ପହଞ୍ଚୁ ପହଞ୍ଚୁ ବିକ୍ରି ହୋଇଯାଉଛି। ପ୍ରାୟ ୫୦ହଜାର ଟଙ୍କାର ବିକ୍ରି ହୋଇସାରିଲାଣି। ଆମର ସେଠି ୫ଟି ଗ୍ରୁପ୍‌ ମିଶି ଏହି ଷ୍ଟ୍ରବେରି ଚାଷ କରୁଛୁ। ପ୍ରତି ଗ୍ରୁପ୍‌ରେ ୧୦ଜଣ ମହିଳା ରହିଛନ୍ତି। ଏହି ଚାଷ ଅଧିକ ଦି ପଇସା ରୋଜଗାର ଦେଉଛି। ଷ୍ଟ୍ରବେରି ଚାଷ ମହିଳାଙ୍କ ଆର୍ଥିକ ସ୍ଥିତିକୁ ମଜବୁତ କରିଛି ବୋଲି ଉକ୍ତ ଷ୍ଟଲ୍‌ରେ ଥିବା ବିଜୟଲକ୍ଷ୍ମୀ ପ୍ରଧାନ ଓ ପୁଷ୍ପାବତୀ ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri