ଶରଧାବାଲି ମେଳାରେ କନ୍ଧମାଳ ହଳଦୀର ଚାହିଦା

ଦାରିଙ୍ଗବାଡ଼ି,୩।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲାରେ ଜୈବିକ ପଦ୍ଧତିରେ ଉତ୍ପାଦନ କରାଯାଉଥିବା ହଳଦୀର ଚାହିଦା ସମଗ୍ର ବିଶ୍ୱରେ ରହିଥିବା ବେଳେ ଏବେ ରଥଯାତ୍ରା ଅବସରରେ ପୁରୀ ଶରଧାବାଲିରେ ଚାଲିଥିବା ମେଳାରେ ଭଲ ବିକ୍ରି ହେଉଛି। କନ୍ଧମାଳ ପ୍ରଶାସନ ସହାୟତାରେ ଦାରିଙ୍ଗବାଡ଼ି ବ୍ଲ୍ଳକର ଏକ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ହଳଦୀ ସହ ତେନ୍ତୁଳି, ସୋରିଷ, ମାଣ୍ଡିଆ ଆଦି ବିଭିନ୍ନ ଜଙ୍ଗଲଜାତ ଦ୍ରବ୍ୟ ନେଇ ଉକ୍ତ ମେଳାରେ ବିକ୍ରି କରୁଛନ୍ତି। ସେଠାରେ କନ୍ଧମାଳ ହଳଦୀର ଚାହିଦା ରହିଥିବା ଶୁଭଲକ୍ଷ୍ମୀ ଫୁଡ ଆଣ୍ଡ ସ୍ପାଇସେସ୍‌ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟା ଝରଣା ସାହୁ କହିଛନ୍ତି। ପୁରୀକୁ ଏବେ ଦୈନିକ ହଜାର ହଜାର ଲୋକ ଆସୁଥିବା ବେଳେ କନ୍ଧମାଳର ସମସ୍ତ ସାମଗ୍ରୀର ଚାହିଦା ଅଧିକ ରହିଛି ା ସୂଚନାଯୋଗ୍ୟ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ପକ୍ଷରୁ ହଳଦୀ ଗୁଣ୍ଡ ପ୍ରସ୍ତୁତ କରିବା ଲାଗି ପ୍ରଥମେ ହଳଦୀକୁ ଶୁଖାଇ ଚୋପା ବାହାର କରାଯାଏ। ପରେ ତାହାକୁ ଗୁଣ୍ଡ କରି କିଲୋଗ୍ରାମ ଅନୁଯାୟୀ ପ୍ୟାକେଟ କରାଯାଏ। ସେହିପରି ତେନ୍ତୁଳୀରୁ ମଞ୍ଜି ଛଡ଼ାଇ ତାହାକୁ ପ୍ରେସ କରାଯାଇ ପ୍ୟାକେଟ ପ୍ରସ୍ତୁତ ହୁଏ। ସୋରିଷକୁ ମଧ୍ୟ ସଫା କରାଯାଇ ହାଇଜେନିକ ଭାବେ ପ୍ୟାକେଟ କରି ମହିଳା ଗୋଷ୍ଠୀ ରାଜ୍ୟ ତଥା ରାଜ୍ୟ ବାହାରେ ବିଭିନ୍ନ ମେଳାରେ ବିକ୍ରି କରିଥାନ୍ତି। ରାଜ୍ୟ ସରକାରଙ୍କ ଓଡ଼ିଶା ରୁରାଲ ଡେଭଲପ୍‌ମେଣ୍ଟ ଆଣ୍ଡ ମାର୍କେଟିଂ ସୋସାଇଟି (ଓଆରଏମ୍‌ଏଏସ୍‌) ପକ୍ଷରୁ ମହିଳାମାନଙ୍କୁ ମେଳାରେ କିଭଳି ବିଭିିନ୍ନ ସାମଗ୍ରୀ ବିକ୍ରି କରିବେ ସେ ନେଇ ତାଲିମ ସହ ସମସ୍ତ ସହଯୋଗ କରାଯାଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଶୋଭାଯାତ୍ରାରେ ପୁରୀ ବିଜେଡି ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ ଅସୁସ୍ଥ

ପୁରୀ, ୨୨।୪: ଶୋଭାଯାତ୍ରାରେ ସମୟରେ ଅସୁସ୍ଥ ହୋଇଛନ୍ତି ପୁରୀ ବିଜେଡି ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ। ଶୋଭାଯାତ୍ରା ଚାଲିଥିବା ସମୟରେ ପିପିଲି ହାଟ ଛକ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri