କନ୍ଧମାଳ ଆଉ ପଛରେ ରହିବ ନାହିଁ-ଏମ୍‌ପି

ଦାରିଙ୍ଗବାଡ଼ି,୨୬।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଶିବ ମନ୍ଦିର ପ୍ରାଙ୍ଗଣରେ ଚାଲିଥିବା ୩ ଦିନିଆ ଭାରତ ମାତା ପୂଜନ ଏବଂ ବିର୍ସାମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ଉତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଶାନ୍ତ କୁମାର ସାହୁଙ୍କ ମଞ୍ଚ ପରିଚାଳନାରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।

ଅନ୍ୟତମ ଅତିଥି ଭାବେ ଜିଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶମ୍ଭୁନାଥ ନନ୍ଦୀ, ବାଲିଗଡ଼ା ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର, ଅମରେଶ୍ୱର ମିଶ୍ର, ବଲିଉଡ଼ କଳାକାର ଗଦାଧର ବାରିକ, ଦୁର୍ଗାମାଧବ ଆଚାର୍ଯ୍ୟ, ନିରଞ୍ଜନ ପଣ୍ଡା, ଅବସରପ୍ରାପ୍ତ ପ୍ରଫେସର ପ୍ରଭୁଚରଣ ଲେଙ୍କା, ଅମରେଶ୍ୱର ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ।

ବିର୍ସାମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ଅବସରରେ ଗାଁ, ଗାଁରେ ଅନୁଷ୍ଠିତ ପଲିସଭା, ଗ୍ରାମ ସଭାରେ ଲୋକଙ୍କ ଅଧିକାର ଜଳ, ଜଙ୍ଗଲ, ଜମି ପାଇଁ ପ୍ରଶାସନସ୍ତରରେ କାର୍ଯ୍ୟ କରାଯାଇଥିବା ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶମ୍ଭୁନାଥ ନନ୍ଦୀ କହିଥିଲେ। ଏପରିକି କନ୍ଧମାଳ ଜିଲାରେ ମଧ୍ୟ ଅନେକ ସଂଗ୍ରାମୀ ଦେଶ ପାଇଁ ଶହୀଦ ହୋଇଥିବା କହିଥିଲେ। ଲୋକଙ୍କ ଜୀବନଜୀବିକାର ଉନ୍ନତି ପାଇଁ ପ୍ରଶାସନ କାର୍ଯ୍ୟ କରୁଛି, ଆହୁରି ମଧ୍ୟ କରିବ ବୋଲି ସେ କହିଥିଲେ ।

ଏହି ଅବସରେ ବାଲିଗୁଡ଼ା ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ପାତ୍ର ବିର୍ସାମୁଣ୍ଡାଙ୍କ ଜୀବନୀ ବିଷୟରେ କହିବା ସହ ଜନଜାତିଙ୍କ ପାଇଁ ଆଇଟିଡିଏ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଅବଗତ କରିଥିଲେ।

ମୁଖ୍ୟ ଅତିଥି କନ୍ଧମାଳ ଏମପି କହିଥିଲେ ଯେ, କନ୍ଧମାଳ ହେଉଛି ପ୍ରକୃତ କ୍ଷେତ୍ର। କନ୍ଧମାଳ ଆଉ ପଛରେ ପଡିବ ନାହିଁ । ଜିଲାର ବିକାଶ ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଉଥିବା କହିଥିଲେ।

ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ପ୍ରତିଭା ଅର୍ଜନ କରିଥିବା ପ୍ରତିଭାଙ୍କୁ ସ୍ମାରକପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମରେ ଭୁବନେଶ୍ୱରର ସଙ୍ଗୀତ ଗୁରୁ ଲଳିତ ପାତ୍ର ଏବଂ ତାଙ୍କ ସାଥୀ କଣ୍ଠଶିଳ୍ପୀ ସନ୍ଦୀପ ମିଶ୍ର, ସୁଭ୍ରାଶୁଂ ମିଶ୍ର, ଚିନ୍ମୟୀ ସିଂଙ୍କ ଦ୍ୱାରା ଭଜନ ସଙ୍ଗୀତ ପରିବେଷଣ କରାଯାଇଥିଲା। ଏପରିକି ଗୋଟିପୁଅ, ଛଉ ନୃତ୍ୟ ସହ ଓଡ଼ିଶୀ ଆଦି ବିଭିନ୍ନ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

WPL: ଫାଇନାଲରେ ପହଞ୍ଚିଲା ଆର୍‌ସିବି

ଭଦୋଦରା,୨୯ା୧- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ ଗୁରୁବାର ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଅତି ସହଜରେ ୮ ଉଇକେଟରେ ୟୁପି ଓ୍ବାରିଅର୍ସକୁ…

ବିବାହର ପ୍ରଲୋଭନ ଦେଖାଇ ସମ୍ପର୍କ: ଯୁବତୀ ଏବେ ୪ ମାସର ଗର୍ଭବତୀ

ଜୟପୁର, ୨୯।୧(ପବନ ପାଣିଗ୍ରାହୀ): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କୁ ଗର୍ଭବତୀ ଓ ପରେ ପ୍ରତାରଣା କରିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଯୁବକଙ୍କୁ ଗିରଫ…

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…

ଓଡ଼ିଶାର ଆର୍ଥିକ ଅଭିବୃଦ୍ଧି: ଏତିକି ଟଙ୍କାକୁ ବଢିଗଲା ଲୋକଙ୍କ ମୁଣ୍ଡପିଛା ଆୟ

ଭୁବନେଶ୍ୱର,୨୯।୧: ଓଡ଼ିଶାର ଅର୍ଥନୈତିକ ପ୍ରଗତି କ୍ଷେତ୍ରରେ ଏକ ବଡ଼ ସଫଳତା ଦେଖିବାକୁ ମିଳିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ରାଜ୍ୟର ମୁଣ୍ଡପିଛା ନିଟ୍ ଘରୋଇ ଉତ୍ପାଦ ୧,୬୮,୯୬୬ ଟଙ୍କାରେ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ: ଏହି କାମ ପାଇଁ ରାଜ୍ୟ ସରକାରଙ୍କୁ କଲେ ପ୍ରଶଂସା

ଭୁବନେଶ୍ୱର,୨୯।୧: ଗୁରୁବାର ଲୋକସେବା ଭାବନାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ବିଶ୍ବବ୍ୟାଙ୍କ ଅଧ୍ୟକ୍ଷ ଅଜ୍ଞ ବାଙ୍ଗା। ଓଡ଼ିଶାର ବିକାଶ ଧାରାକୁ ଆହୁରି ଗତିଶୀଳ କରିବା ଉପରେ…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲ

ସୁନ୍ଦରଗଡ,୨୯ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ର ଭିଜିଲାନ୍ସ କୋର୍ଟ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛି। ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ଲାଞ୍ଚ ମାମଲାର ଶୁଣାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri