କନ୍ଧମାଳ ଆଉ ପଛରେ ରହିବ ନାହିଁ-ଏମ୍‌ପି

ଦାରିଙ୍ଗବାଡ଼ି,୨୬।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଶିବ ମନ୍ଦିର ପ୍ରାଙ୍ଗଣରେ ଚାଲିଥିବା ୩ ଦିନିଆ ଭାରତ ମାତା ପୂଜନ ଏବଂ ବିର୍ସାମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ଉତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଶାନ୍ତ କୁମାର ସାହୁଙ୍କ ମଞ୍ଚ ପରିଚାଳନାରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।

ଅନ୍ୟତମ ଅତିଥି ଭାବେ ଜିଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶମ୍ଭୁନାଥ ନନ୍ଦୀ, ବାଲିଗଡ଼ା ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର, ଅମରେଶ୍ୱର ମିଶ୍ର, ବଲିଉଡ଼ କଳାକାର ଗଦାଧର ବାରିକ, ଦୁର୍ଗାମାଧବ ଆଚାର୍ଯ୍ୟ, ନିରଞ୍ଜନ ପଣ୍ଡା, ଅବସରପ୍ରାପ୍ତ ପ୍ରଫେସର ପ୍ରଭୁଚରଣ ଲେଙ୍କା, ଅମରେଶ୍ୱର ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ।

ବିର୍ସାମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ଅବସରରେ ଗାଁ, ଗାଁରେ ଅନୁଷ୍ଠିତ ପଲିସଭା, ଗ୍ରାମ ସଭାରେ ଲୋକଙ୍କ ଅଧିକାର ଜଳ, ଜଙ୍ଗଲ, ଜମି ପାଇଁ ପ୍ରଶାସନସ୍ତରରେ କାର୍ଯ୍ୟ କରାଯାଇଥିବା ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶମ୍ଭୁନାଥ ନନ୍ଦୀ କହିଥିଲେ। ଏପରିକି କନ୍ଧମାଳ ଜିଲାରେ ମଧ୍ୟ ଅନେକ ସଂଗ୍ରାମୀ ଦେଶ ପାଇଁ ଶହୀଦ ହୋଇଥିବା କହିଥିଲେ। ଲୋକଙ୍କ ଜୀବନଜୀବିକାର ଉନ୍ନତି ପାଇଁ ପ୍ରଶାସନ କାର୍ଯ୍ୟ କରୁଛି, ଆହୁରି ମଧ୍ୟ କରିବ ବୋଲି ସେ କହିଥିଲେ ।

ଏହି ଅବସରେ ବାଲିଗୁଡ଼ା ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ପାତ୍ର ବିର୍ସାମୁଣ୍ଡାଙ୍କ ଜୀବନୀ ବିଷୟରେ କହିବା ସହ ଜନଜାତିଙ୍କ ପାଇଁ ଆଇଟିଡିଏ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଅବଗତ କରିଥିଲେ।

ମୁଖ୍ୟ ଅତିଥି କନ୍ଧମାଳ ଏମପି କହିଥିଲେ ଯେ, କନ୍ଧମାଳ ହେଉଛି ପ୍ରକୃତ କ୍ଷେତ୍ର। କନ୍ଧମାଳ ଆଉ ପଛରେ ପଡିବ ନାହିଁ । ଜିଲାର ବିକାଶ ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଉଥିବା କହିଥିଲେ।

ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ପ୍ରତିଭା ଅର୍ଜନ କରିଥିବା ପ୍ରତିଭାଙ୍କୁ ସ୍ମାରକପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମରେ ଭୁବନେଶ୍ୱରର ସଙ୍ଗୀତ ଗୁରୁ ଲଳିତ ପାତ୍ର ଏବଂ ତାଙ୍କ ସାଥୀ କଣ୍ଠଶିଳ୍ପୀ ସନ୍ଦୀପ ମିଶ୍ର, ସୁଭ୍ରାଶୁଂ ମିଶ୍ର, ଚିନ୍ମୟୀ ସିଂଙ୍କ ଦ୍ୱାରା ଭଜନ ସଙ୍ଗୀତ ପରିବେଷଣ କରାଯାଇଥିଲା। ଏପରିକି ଗୋଟିପୁଅ, ଛଉ ନୃତ୍ୟ ସହ ଓଡ଼ିଶୀ ଆଦି ବିଭିନ୍ନ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?