କନ୍ଧମାଳର ଟୁଇଟର ମ୍ୟାନ ହେଲେ ସମ୍ମାନିତ

ଜି.ଉଦୟଗିରି,୧୨ା୪(ଚିନ୍ମୟ କୁମାର ସେଠୀ)-ଓଡ଼ିଶାର ଏକ ସାମାଜିକ ସଂଗଠନ ଆସୋସିଏଶନ ଅଫ ଟୁଇଟର ଆକ୍ଟିଭିଷ୍ଟ (ଏଟିଏ) ତରଫରୁ ପୁରୀଠାରେ ଚତୁର୍ଥ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ ଟୁଇଟର ମ୍ୟାନ ଆସି ଏକତ୍ରିତ ହୋଇଥିଲେ। ଯେଉଁମାନେ ସିଧାସଳଖ ସରକାରଙ୍କୁ ସମାଜରେ ହେଉଥିବା ଦୁର୍ନୀତି, ଅସହାୟଙ୍କ ପାଇଁ ସ୍ବର ଉତ୍ତୋଳନ, ସମାଜରେ ସାମୁହିକ ଆବଶ୍ୟକତାକୁ ନିଜ ଟୁଇଟ ମାଧ୍ୟମରେ ସରକାରଙ୍କୁ ଅବଗତ କରାଇଥାନ୍ତି।

ସେହିପରି କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ କଳିଙ୍ଗା ଗ୍ରାମର ଟୁଇଟର ମ୍ୟାନ ଆମନ ଚନ୍ଦ୍ର ନାୟକଙ୍କୁ ସମ୍ମାନିତ କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ସେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ପ୍ରାୟ ୪୮୫୦ ରୁ ଉର୍ଦ୍ଧ ଟୁଇଟ, ୬୩୦ରୁ ଉର୍ଦ୍ଧ ଅନଲାଇନ୍‌ ଅଭିଯୋଗ, ୨୦୦ରୁ ଉର୍ଦ୍ଧ୍ୱ ଇମେଲ କରିସାରିଲେଣି। ତାଙ୍କ ଟୁଇଟ୍‌ ଦ୍ୱାରା ଅନେକ ସମସ୍ୟାର ସମାଧାନ ହେଉଥିବାରୁ ସେ ଏବେ ସ୍ଥାନୀୟ ଅଞ୍ଚଳରେ ଟୁଇଟର ମ୍ୟାନ୍‌ ଭାବେ ବେଶ ପରିଚିତ।

ତାଙ୍କ ଟୁଇଟ୍‌ ମାଧ୍ୟମରେ ଅନେକ ଅସହାୟ ଗରିବ, ବୃଦ୍ଧା, ଭିନ୍ନକ୍ଷମ, ବିଧବା ଓ ବରିଷ୍ଠ ନାଗରିକଙ୍କ ମୁହଁରେ ହସ ଫୁଟେଇ ଦେଉଛି। ଆଜିର ଯୁବପିଢି ଅଧିକାଂଶ ସମୟରେ ନିଜର ମନୋରଞ୍ଜନ ନିମନ୍ତେ ସୋସିଆଲ ମିଡିଆକୁ ବ୍ୟବହାର କରୁଥିବା ବେଳେ ଯୁବ ସମାଜସେବୀ ଆମନ ଚନ୍ଦ୍ର ନାୟକ ଏହାକୁ ସମାଜ ସେବା ନିମନ୍ତେ ଏକ ନିଆରା ଢ଼ଙ୍ଗରେ ବ୍ୟବହାର କରୁଛନ୍ତି।

ଫଟୋ-ବିଏମ-୧୨-୧୮-କନ୍ଧମାଳ ଟୁଇଟର ମେନଙ୍କୁ ସମ୍ମାନିତ କରୁଛନ୍ତି ଅତିଥି


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri