ଏକା ଥରକେ ୩ କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିଲେ କେନ୍ଦୁଝର ଏମ୍‌ପି

ବଡ଼ବିଲ,୨୧।୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଠାକୁରାଣୀସ୍ଥିତ ଓଏମ୍‌ଡିସି (ଓଡ଼ିଶା ମିନେରାଲ୍ସ ଡେଭଲପମେଣ୍ଟ କମ୍ପାନୀ)ରେ କାର୍ଯ୍ୟରତ କର୍ମଚାରୀ ଏବଂ ଶ୍ରମିକଙ୍କୁ ଦୀର୍ଘ ୮ ମାସ ହେଲା ଦରମା ପ୍ରଦାନ କରାଯାଉ ନ ଥିବାରୁ ସେଠାରେ ଆନ୍ଦୋଳନ ଜାରି ରହିଛି। ଏ ନେଇ କେନ୍ଦୁଝର ଏମ୍‌ପି ଅନନ୍ତ ନାଏକଙ୍କ ବଡବିଲ ପ୍ରତିନିଧି ନୀଳମଣି ମହାନ୍ତି ଏମ୍‌ପିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।

ଗୁରୁବାର ଏମ୍‌ପି ନାଏକଙ୍କ ସହିତ ପ୍ରତିନିଧି ନୀଳମଣି ନୂଆଦିଲ୍ଲୀ ଯାଇ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଏଚ୍‌ଡି କୁମାର ସ୍ବାମୀଙ୍କୁ ଭେଟି କର୍ମଚାରୀଙ୍କ ସମସ୍ୟାର ତୁନନ୍ତ ସମାଧାନ କରିବାକୁ ଏକ ସ୍ମାରକ ପତ୍ର ପ୍ରଦାନ କରିଥିଲେ। ସେହିପରି ଏମ୍‌ପି ନାଏକ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଥିଲେ। ସାକ୍ଷାତ ବେଳେ ଏମ୍‌ପି ନାଏକ ରେଳ ଯାତ୍ରୀଙ୍କ ସୁବିଧା ନିମନ୍ତେ ହାଓଡା-ବଡବିଲ ଜନଶତାବ୍ଦୀ ଏକ୍ସପ୍ରେସ ଟ୍ରେନର ସମୟ ସାରଣୀ ଅନୁଯାୟୀ ଯାତାୟାତକୁ ସୁରୁଖୁରୁ କରିବା ସହ ଅଘୋଷିତ ଟ୍ରେନ ବାତିଲକୁ ଏଡାଇବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବାକୁ ମନ୍ତ୍ରୀ ବୈଷ୍ଣବଙ୍କୁ କହିବା ସହ ଏକ ସ୍ମାରକ ପତ୍ର ପ୍ରଦାନ କରିଥିଲେ।

ସେହିପରି କେନ୍ଦ୍ରଶ୍ରମ ନିଯୁକ୍ତି ବିଭାଗ ମନ୍ତ୍ରୀ ଡ. ମନସୁଖ ମାଣ୍ଡଭିୟଙ୍କୁ କେନ୍ଦୁଝର ଏମ୍‌ପି ନାଏକ ଓ ତାଙ୍କ ପ୍ରତିନଧି ଭେଟି କେନ୍ଦୁଝର ଜିଲା ଯୋଡାଠାରେ ଏକ ଇଏସ୍‌ଆଇ ହସ୍ପିିଟାଲର ଊନ୍ନତିକରଣ କରାଯାଇ ଖଣି ଅଞ୍ଚଳର ଜନସାଧାରଣଙ୍କ ନିମନ୍ତେ ୧୦୦ ଶର୍ଯ୍ୟା ବିଶିଷ୍ଟ ସୁପର ସ୍ପେସାଲିଟି ହସ୍ପିଟାଲ ଖୋଲିବାକୁ କହିବା ସହ ଏକ ଦାବିପତ୍ର ପ୍ରଦାନ କରିଥିଲେ। ତେବେ ଆଗାମୀ ଦିନରେ ଯୋଡ଼ା-ବଡବିଲ ଖଣି ଅଞ୍ଚଳର ସମସ୍ତ ସମସ୍ୟା ଉପରେ ସମ୍ପୃକ୍ତ ବିଭାଗୀୟ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି କେନ୍ଦୁଝର ଏମପିଙ୍କ ପ୍ରତିନିଧି ନୀଳମଣି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri