Posted inଖେଳ

ସ୍ମିଥଙ୍କ ହାତରୁ ଚାଲିଗଲା ଶ୍ରେଷ୍ଠ ଟେଷ୍ଟ ବ୍ୟାଟ୍ସମ୍ୟାନ ମାନ୍ୟତା

ଦୁବାଇ,୩୦।୬: ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ବୁଧବାର ପରିଲକ୍ଷିତ ହୋଇଛି ବଡ଼ ପରିବର୍ତ୍ତନ। ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥଙ୍କ ହାତରୁ ଚାଲିଯାଇଛି ଶ୍ରେଷ୍ଠ ଟେଷ୍ଟ ବ୍ୟାଟ୍ସମ୍ୟାନ ମାନ୍ୟତା। ଏହି ସ୍ଥାନ ଅଧିକାର କରିଛନ୍ତି ପୂର୍ବରୁ ଦ୍ୱିତୀୟ ସ୍ଥାନରେ ଥିବା ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ। ଭାରତୀୟ ଅଧିନାୟକ ବିରାଟ କୋହଲି ପୂର୍ବଭଳି ଚତୁର୍ଥ ସ୍ଥାନରେ ରହିଛନ୍ତି।

ଗତ ସପ୍ତାହରେ ସାଉଥାମ୍ପଟନଠାରେ ଖେଳାଯାଇଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଉନ୍ନତ ମାନର ପ୍ରଦର୍ଶନ ଯୋଗୁ ପୁଣି ଥରେ ଶୀର୍ଷକୁ ଫେରିଛନ୍ତି ଓ୍ବିଲିୟମସନ। ୩୦ ବର୍ଷୀୟ ଡାହଣହାତୀ ବ୍ୟାଟ୍ସମ୍ୟାନ ଭାରତ ବିପକ୍ଷ ମ୍ୟାଚ୍‌ର ଉଭୟ ଇନିଂସରେ ଯଥାକ୍ରମେ ୪୯ ଓ ୫୨ ରନ୍‌ର ଅପରାଜିତ ପାଳି ଖେଳିଥିଲେ। ଫଳରେ ୯୦୦ ଅତିକ୍ରମ କରିଛି ତାଙ୍କ ରେଟିଂ ପଏଣ୍ଟ। ସେ ଏବେ ନିକଟସ୍ଥ ପ୍ରତିଦ୍ୱନ୍ଦ୍ୱୀ ସ୍ମିଥ(୮୯୧)ଙ୍କ ଠାରୁ ୧୦ ପଏଣ୍ଟ ଆଗରେ। ଡବ୍ଲ୍ୟୁଟିସି ଫାଇନାଲରେ ଓ୍ବିଲିୟମସନଙ୍କ ସହ ୯୬ ରନ୍‌ର ଅବିଭାଜିତ ଭାଗୀଦାରି କରିଥିବା ରସ ଟେଲର ୧୪ତମ ସ୍ଥାନ ଅଧିକାର କରିଛନ୍ତି।

ନ୍ୟୁଜିଲାଣ୍ଡ ବୋଲରଙ୍କ ର଼୍ୟାଙ୍କିଙ୍ଗ୍‌ରେ ମଧ୍ୟ ଉନ୍ନତି ଆସିଛି। ଫାଇନାଲରେ ମୋଟ ୭ ଉଇକେଟ ନେଇଥିବା କାଇଲ ଜେମିସନ ୧୩ତମ ସ୍ଥାନକୁ ଉଠିଛନ୍ତି। ଏହା ତାଙ୍କ କ୍ୟାରିୟରର ଶ୍ରେଷ୍ଠ ମାନ୍ୟତା। ଟ୍ରେଣ୍ଟ ବୋଲ୍ଟ ପୂର୍ବ ଅପେକ୍ଷା ୨ଟି ସ୍ଥାନ ଉପରକୁ ଉଠି ୧୧ତମ ସ୍ଥାନ ହାତେଇଛନ୍ତି। ତେବେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ କେବଳ ଉପ ଅଧିନାୟକ ଅଜିଙ୍କ୍ୟ ରାହାନେଙ୍କ ର଼୍ୟାଙ୍କିଙ୍ଗ୍‌ରେ ଉଲ୍ଲେଖନୀୟ ଉନ୍ନତି ଆସିଛି। ପୂର୍ବରୁ ୧୬ତମ ସ୍ଥାନରେ ଥିବା ରାହାନେ ଏବେ ଅଛନ୍ତି ୧୩ତମ ସ୍ଥାନରେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri