Posted inଖେଳ

୨୪୯ ରନ୍‌ରେ ଅଟକିଲା ନ୍ୟୁଜିଲାଣ୍ଡ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲର ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ୩୨ ରନ୍‌ର ଅଗ୍ରଣୀ ହାସଲ କରିଛି। ଏହା ପଛରେ ହାତ ଥିଲା ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନଙ୍କ। ପୂରା ଇନିଂସରେ ଖୁଣ୍ଟ ଭଳି ଖେଳୁଥିବା ଓ୍ବିଲିୟମସନ ଅର୍ଦ୍ଧଶତକ ପୂରଣ କରିପାରି ନ ଥିଲେ। ଅଭିଜ୍ଞ ଭାରତୀୟ ପେସର ଇଶାନ୍ତ ଶର୍ମାଙ୍କ ବଲରେ ସ୍ଲିପ ଅଞ୍ଚଳରେ ଫିଲ୍ଡିଂ କରୁଥିବା ବିରାଟ କୋହଲିଙ୍କ ହାତରେ କ୍ୟାଚ୍‌ ଦେଇ ଆଉଟ୍‌ ହୋଇଥିଲେ ଓ୍ବିଲିୟମସନ (୪୯ ରନ୍‌)। ଆଉଟ୍‌ ହେବା ପୂର୍ବରୁ ୧୭୭ ବଲ ଖେଳିଥିଲେ ଏହି ବ୍ୟାଟ୍ସମ୍ୟାନ। ତାଙ୍କ ପରେ ନେଲ ଓ୍ବାଗନର(୦) ଓ ଟିମ ସୌଦି (୩୦)ଙ୍କୁ ଆଉଟ୍‌ କରିଥିଲେ ଦୁଇ ସ୍ପିନର। ଫଳରେ ୨୪୯ ରନ୍‌ରେ ଅଟକି ଯାଇଛି ନ୍ୟୁଜିଲାଣ୍ଡର ପ୍ରଥମ ଇନିଂସ। ଭାରତ ପାଇଁ ମହମ୍ମଦ ଶାମି ସର୍ବାଧିକ ୪, ଇଶାନ୍ତ ଶର୍ମା ୩, ରବିଚନ୍ଦ୍ରନ ଅଶ୍ୱିନ ୨ ଓ ରବୀନ୍ଦ୍ର ଜାଡେଜା ଗୋଟିଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ

ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...

ସାମୁଦ୍ରିକ କ୍ଷମତା ବଢ଼ାଉଛି ଚାଇନା

ବେଜିଂ,୩୦ା୧୨:ତାଇଓ୍ବାନକୁ ଚାଇନା ନିଜ ଅଞ୍ଚଳ ବୋଲି ଦାବି କରିଆସୁଥିବାବେଳେ ଏହାକୁ ନେଇ ଜାପାନ ସହ ବେଜିଂର କୂଟନୈତିକ ଉତ୍ତେଜନା ଦେଖାଦେଇଛି। ଏଭଳି ସମୟରେ ଚାଇନା ସେନା...

ଭିଜିବ ନୂଆ ବର୍ଷ, ୫ ରାଜ୍ୟକୁ ଚେତାବନୀ ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୩୦।୧୨: ଦେଶରେ ପ୍ରବଳ ଥଣ୍ଡା ମଧ୍ୟରେ ନୂଆ ବର୍ଷ ଆସିବାକୁ ଯାଉଛି। ଏହି ସମୟରେ, ଭାରତୀୟ ପାଣିପାଗ ବିଭାଗ (IMD) ନୂତନ ବର୍ଷର ଗୋଟିଏ ଦିନ...

ନୀରବ ଘାତକ

ବାୟୁ ପ୍ରଦୂଷଣ କୋଭିଡ୍‌ ପରବର୍ତ୍ତୀ କାଳରେ ଭାରତର ସବୁଠାରୁ ଗମ୍ଭୀର ଜନସ୍ବାସ୍ଥ୍ୟ ସଙ୍କଟ ବୋଲି ଜଣାପଡ଼ିଛି। ଚିକିତ୍ସା ବିଶେଷଜ୍ଞମାନେ ସତର୍କ କରାଇଛନ୍ତି ଯେ, ଜରୁରୀ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri