Posted inଖେଳ

ଷ୍ଟିଭ ସ୍ମିଥଙ୍କ ପରେ ଏବେ ଏହି ଖେଳାଳି ନେବେ ଅବସର! ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ନୂଆଦିଲ୍ଲୀ,୬।୩:୨୦୨୫ ଚାମ୍ପୟନ୍ସ ଟ୍ରଫିର ସେମିଫାଇନାଲରେ ଅଷ୍ଟ୍ରେଲିଆ ଭାରତଠାରୁ ୪ ଉଇକେଟ୍‌ରେ ପରାସ୍ତ ହୋଇଛି। ଏହା ପରେ, ଷ୍ଟିଭ ସ୍ମିଥ ଦିନିକିଆ କ୍ରିକେଟରୁ ଅବସର ନେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତଥାପି, ସ୍ମିଥ ଟି-୨୦ ଏବଂ ଟେଷ୍ଟ ମ୍ୟାଚ ପାଇଁ ଉପଲବ୍ଧ ରହିବେ। ଏବେ ଏପରି କଳ୍ପନାଜଳ୍ପନା ଚାଲିଛି ଯେ ଚାମ୍ପିୟନ୍ସ ଟ୍ରଫି ୨୦୨୫ ଟୁର୍ନାମେଣ୍ଟ ଶେଷ ହେବା ପରେ କେନ ୱିଲିୟମସନ ମଧ୍ୟ ଅବସର ଘୋଷଣା କରିପାରନ୍ତି। କହି ରଖୁଛୁ ଯେ ଚାମ୍ପୟନ୍ସ ଟ୍ରଫିର ଫାଇନାଲ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୯ ମାର୍ଚ୍ଚରେ ଖେଳାଯିବ। ଫାଇନାଲ ମ୍ୟାଚ ପୂର୍ବରୁ ୱିଲିୟମସନ ଅବସର ନେବେ ବୋଲି କୁହାଯାଉଛି।

ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଫାଇନାଲ ମ୍ୟାଚ ନିର୍ଣ୍ଣୟ ହେବା ପରଠାରୁ, ସୋସିଆଲ ମିଡିଆରେ ଦାବି କରାଯାଉଛି ଯେ ୱିଲିୟମସନ ଫାଇନାଲ ମ୍ୟାଚ ପରେ ଅବସର ନେବେ। ଜଣେ ପ୍ରଶଂସକ ଦାବି କରିଛନ୍ତି ଯେ ଭାରତ ଚାମ୍ପିୟନ୍ସ ଟ୍ରଫି ଜିତିବ, ଯାହା ପରେ କେନ ୱିଲିୟମସନ ଦିନିକିଆ କ୍ରିକେଟରୁ ଅବସର ଘୋଷଣା କରିବେ ଏବଂ ଏହି ଦୁଇଟି ଜିନିଷ ମାର୍ଚ୍ଚ ୯ ରେ ହେବାକୁ ଯାଉଛି।

ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାରର ଦାବି କରାଯାଉଛି, କିନ୍ତୁ କେନ ୱିଲିୟମସନ ତାଙ୍କ ଅବସର ସମ୍ପର୍କରେ କୌଣସି ଘୋଷଣା କରିନାହାଁନ୍ତି। ଏହି ବିଷୟରେ ନ୍ୟୁଜିଲାଣ୍ଡ ମଧ୍ୟ କୌଣସି ବିବୃତ୍ତି ଜାରି କରିନାହିଁ। ସରଳ ଭାଷାରେ କହିବାକୁ ଗଲେ, ୱିଲିୟମସନଙ୍କ ଅବସର ଖବର କେବଳ ଏକ ଗୁଜବ। ଏହା ୱିଲିୟମସନଙ୍କ ଉପରେ ନିର୍ଭର କରେ ଯେ ସେ ଅବସର ନେବାକୁ ଚାହାଁନ୍ତି କି ନାହିଁ। ଯଦି ଆମେ ୱିଲିୟମସନଙ୍କ ଏପର୍ଯ୍ୟନ୍ତର ଦିନିକିଆ କ୍ୟାରିୟର ଉପରେ ନଜର ପକାଇବା, ତେବେ ସେ ୧୭୨ଟି ମ୍ୟାଚ ଖେଳି ୭,୨୨୪ ରନ କରିଛନ୍ତି। ସେ ତାଙ୍କ ଦିନିକିଆ କ୍ୟାରିୟରରେ ଏପର୍ଯ୍ୟନ୍ତ ୧୫ ଶତକ ଏବଂ ୪୭ ଅର୍ଦ୍ଧଶତକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

ମା’ଙ୍କ ଏକମାତ୍ର ଭରସା ଥିଲେ ସୁମିତ, ଛଡ଼ାଇନେଲା ତୁମ୍ବେଶ୍ୱର ଘାଟ: ଗଣେଶ ଭସାଣି ବେଳେ ଋଷିକୁଲ୍ୟାରେ ଭାସିଗଲେ ଛାତ୍ର

ପୁରୁଷୋତ୍ତମପୁର, ୧୮/୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀର ତୁମ୍ବେଶ୍ୱର ଘାଟରେ ଶୁକ୍ରବାର ଅଘଟଣ ଘଟିଛି। ଗଣେଶ…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

ଜୈବ ବିବିଧତା ସୁରକ୍ଷା ନେଇ…

ଭଞ୍ଜନଗର, ୧୮/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଶୁକ୍ରବାର ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ୱାଗତ…

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

ବ୍ୟାଙ୍କର ୩ ସ୍କାଏଲାଇଟ୍‌ ଭାଙ୍ଗି ପଶିଥିଲେ: ୪ ଗିରଫ

କେସିଙ୍ଗା, ୧୮।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଗିଗିନା ଗ୍ରାମରେ ଥିବା କାନାରା ବ୍ୟାଙ୍କ ଶାଖାରୁ ଚୋରି ଅଭିଯୋଗରେ ୪ ଜଣଙ୍କୁ ପୋଲିସ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା…

IPL 2027 ନିଲାମ ପୂର୍ବରୁ ୧୧ ବଡ଼ ବ୍ୟାଟରଙ୍କୁ ରିଲିଜ କରାଯିବ! ଲିଷ୍ଟ ଦେଖିଲେ ମୁଣ୍ଡରେ ହାତ ଦେବେ

ନୂଆଦିଲ୍ଲୀ,୧୮।୯: ସମସ୍ତ ଦଳ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ୨୦ତମ ସିଜିନଅର୍ଥାତ IPL 2027 ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଯଦିଓ ଏହି ଟୁର୍ଣ୍ଣାମେଣ୍ଟ ଆସନ୍ତା ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?