Posted inଖେଳ

ଶେଷ ମ୍ୟାଚ୍‌ ପୂର୍ବରୁ ହାଇଦ୍ରାବାଦକୁ ବଡ ଝଟ୍‌କା

ମୁମ୍ବାଇ,୧୮।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୨ ସିଜନରେ ସନରାଇଜର୍ସ ହାଇଦ୍ରାବାଦ ଦଳକୁ ଲାଗିଛି ବଡ଼ ଝଟ୍‌କା। ଦଳର ଅଧିନାୟକ କେନ ଓ୍ବିଲିୟମସନ ଆଉ ଦଳ ପାଇଁ ଖେଳିବେ ନାହିଁ। ତାଙ୍କ ସ୍ତ୍ରୀ ସାରା ରହିମ ଦ୍ୱିତୀୟ ସନ୍ତାନ ଜନ୍ମ ଦେବାକୁ ଯାଉଥିବାରୁ ସେ ସ୍ବଦେଶ ଫେରିଯାଇଛନ୍ତି। ସେ ପ୍ରସବ ସମୟରେ ସ୍ତ୍ରୀଙ୍କ ସହ ରହିବାକୁ ଚାହୁଁଛନ୍ତି। ଏଥିଲାଗି ସେ ଦଳ ପାଇଁ ଶେଷ ମ୍ୟାଚ୍‌ ଖେଳିବେ ନାହିଁ ବୋଲି ଫ୍ରାଞ୍ଚାଇଜ୍‌ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ମଙ୍ଗଳବାର ହାଇଦ୍ରାବାଦ ଟିମ୍‌ ରୋହିତ ଶର୍ମାଙ୍କ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌କୁ ଜିତିନେଇଛି। ଏହାଛଡ଼ା ଦଳ ଆଉ ଗୋଟିଏ ମ୍ୟାଚ୍‌ ଖେଳିବା ବାକି ଅଛି। ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ମେ’ ୨୨ରେ ଏହି ମ୍ୟାଚ୍‌ ଖେଳାଯିବ। ତେବେ ପ୍ଲେଅଫ୍‌ ଦୌଡ଼ରେ ରହିବାକୁ ହେଲେ ହାଇଦ୍ରାବାଦକୁ ମ୍ୟାଚ୍‌କୁ ବିଶାଳ ଅନ୍ତରରେ ଜିତିବାକୁ ହେବ।

ପ୍ରକାଶ ଯେ, ଓ୍ବିଲିୟମସନ ଚଳିତ ସିଜନରେ ଭଲ ପ୍ରଦର୍ଶନ କରିନାହାନ୍ତି। ସେ ଦଳ ଲାଗି ୧୩ ମ୍ୟାଚ୍‌ ଖେଳିଥିବା ବେଳେ ୨୧୬ ରନ୍‌ କରିଛନ୍ତି। ସେହିଭଳି ତାଙ୍କ ନେତୃତ୍ୱରେ ଦଳ ଏଯାବତ ୧୩ ମ୍ୟାଚ୍‌ ଖେଳିଥିବା ବେଳେ ସେଥିରୁ ୬ଟିରେ ବିଜେତା ହୋଇଛି। ଦଳ ୧୨ ପଏଣ୍ଟ ସହ ଅଙ୍କ ତାଲିକାର ୮ମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

ବାହା ହେବାକୁ ମନା କଲେ ଶାଶୁ, ବୋହୂ ଭାଇରାଲ କରିଦେଲେ ଶାଶୁଙ୍କ ଅଶ୍ଲୀଳ ଫଟୋ, ଶ୍ୱଶୁର କହିଲେ…

ମୁମ୍ଵାଇ ୨୩।୦୬: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମୁମ୍ବାଇ ପୋଲିସ ଜଣେ ମହିଳାଙ୍କ ବିରୋଧରେ ତାଙ୍କ ପୂର୍ବତନ ପ୍ରେମିକଙ୍କ ମାଆଙ୍କ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri