Posted inଖେଳ

କେନ ୱିଲିୟମସନ ବିଶ୍ୱର ନମ୍ବର-୧ ବ୍ୟାଟ୍ସମ୍ୟାନ୍‌: ତାଲିକାରେ ମାତ୍ର ଜଣେ ଭାରତୀୟ

ନୂଆଦିଲ୍ଲୀ,୫।୭: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ବୁଧବାର ଟପ-୧୦ ଟେଷ୍ଟ ବ୍ୟାଟିଂ ର଼୍ୟାଙ୍କିଂ ପ୍ରକାଶ ପାଇଛି। ଏହି ତାଲିକାରେ କେନ ୱିଲିୟମସନ ପ୍ରଥମ ସ୍ଥାନରେ ପହଞ୍ଚିଛନ୍ତି। ଆଇପିଏଲର ୧୦ତମ ସିଜନରେ ଆହତ ହେବା ପରଠାରୁ ନ୍ୟୁଜିଲାଣ୍ଡ ଦଳର ପୂର୍ବତନ ଅଧିନାୟକ ୱିଲିୟମସନ ପଡ଼ିଆରୁ ଦୂରରେ ଅଛନ୍ତି। ସର୍ବଶେଷ ଆଇସିସି ଟେଷ୍ଟ ବ୍ୟାଟିଂ ମାନ୍ୟତାରେ ୱିଲିୟମସନ ୮୮୩ ରେଟିଂ ପଏଣ୍ଟ ପାଇଛନ୍ତି। ଅଷ୍ଟ୍ରେଲିଆ ଷ୍ଟିଭ ସ୍ମିଥଙ୍କ ୮୮୨ ରେଟିଂ ପଏଣ୍ଟ ରହିଛି।
ଆଇସିସି ଟେଷ୍ଟ ବ୍ୟାଟିଂ ର଼୍ୟାଙ୍କିଂ ରେ କେବଳ ଜଣେ ଭାରତୀୟ ଖେଳାଳିଙ୍କ ନାମ ଟପ-୧୦ରେ ରହିଛି। ସେ ହେଉଛନ୍ତି ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ। ସେ ଏବେ କାର ଦୁର୍ଘଟଣାରେ ଆହତ ହେବା ପରେ ପଡ଼ିଆକୁ ଫେରିପାରି ନାହାଁନ୍ତି।
ଭାରତୀୟ ଦଳର ଅଭିଜ୍ଞ ଅଫ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ନୂତନ ଆଇସିସି ଟେଷ୍ଟ ବୋଲର ର଼୍ୟାଙ୍କିଂରେ ନମ୍ବର-୧ ସ୍ଥାନ ବଜାୟ ରଖିବାରେ ସଫଳ ହୋଇଛନ୍ତି। ଅଶ୍ୱିନଙ୍କର ବର୍ତ୍ତମାନ ୫୬୦ ରେଟିଂ ଅଛି। ଏଥି ସହିତ ଅଷ୍ଟ୍ରେଲୀୟ ଅଧିନାୟକ ପାଟ କମିନ୍ସ ୮୨୬ ରେଟିଂ ପଏଣ୍ଟ ସହ ବୋଲିଂରେ ର଼୍ୟାଙ୍କିଂରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଅଶ୍ୱିନଙ୍କ ବ୍ୟତୀତ ଜସପ୍ରୀତ ବୁମ୍‌ରା ଏବଂ ରବିନ୍ଦ୍ର ଜାଡେଜା ମଧ୍ୟ ଶ୍ରେଷ୍ଠ ୧୦ ବୋଲରଙ୍କ ମଧ୍ୟରେ ଅଷ୍ଟମ ଏବଂ ନବମ ସ୍ଥାନରେ ଅଛନ୍ତି।
ଅଲରାଉଣ୍ଡର ଖେଳାଳିଙ୍କ ଟେଷ୍ଟ ର଼୍ୟାଙ୍କିଂରେ ରବିନ୍ଦ୍ର ଜାଡେଜା ଏବଂ ରବିଚନ୍ଦ୍ରନ ଅଶ୍ୱିନଙ୍କ ସ୍ପିନ ଯୋଡି ପ୍ରଥମ ୨ ସ୍ଥାନ ଅଧିକାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?