ଦାଉଦଙ୍କ ଘର ଭଙ୍ଗା ଯାଇ ପାରୁ ନ ଥିବା ବେଳେ କାହିଁକି ଭଙ୍ଗାଗଲା କଙ୍ଗନାଙ୍କ ଘର: ଫଡନବିଶ

ମୁମ୍ବାଇ,୧୧ ।୯: ମହାରାଷ୍ଟ୍ର ସରକାର ଓ ବଲିଉଡ୍ ନାୟିକା କଙ୍ଗନା ରାନାୱତଙ୍କ ମଧ୍ୟରେ ତୁତୁ ମେମେ ଲାଗି ରହିଛି । ଇତିମଧ୍ୟରେ ମୁମ୍ବାଇ ପୋଲିସ କଙ୍ଗନାଙ୍କ ବିରୋଧରେ ଡ୍ରଗ୍ସ ମାମଲାର ଯାଞ୍ଚ ଆରମ୍ଭ କରି ସାରିଲାଣି । ଏଥିପାଇଁ ମହାରାଷ୍ଟ୍ର ସରକାର ମୁମ୍ବାଇ ପୋଲିସକୁ ପତ୍ର ଲେଖିଥିବା ସୂଚନା ରହିଛି । ଏବେ ଏହି ମାମଲାକୁ ନେଇ ରାଜନୀତି ହେଲାଣି ସରଗରମ । ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଏବେ ପ୍ରଶ୍ନ କରିଛନ୍ତି ମହାରାଷ୍ଟ୍ର ସରକାର ଅଣ୍ଡର ୱାର୍ଲଡ ଡନ୍ ଦାଉଦ ଇବ୍ରାହିମଙ୍କ ଘର ଭାଙ୍ଗି ପାରିଲେ ନାହିଁ ଅଥଚ କଙ୍ଗନାଙ୍କ ଘର ଭାଙ୍ଗିଦେଲେ । ଅନ୍ୟପଟେ ଏକ ପ୍ରକାର ମହାରାଷ୍ଟ୍ର ସରକାରଙ୍କ ପକ୍ଷ ନେଇ ବରିଷ୍ଠ ଏନ୍‌ସିପି ନେତା ଶରଦ ପାୱାର କହିଛନ୍ତି କଙ୍ଗନାଙ୍କ ଘର ମହାରାଷ୍ଟ୍ର ସରକାର ନୁହେଁ ବରଂ ବିଏସ୍‌ସି ଦ୍ୱାରା ଭଙ୍ଗା ଯାଇଛି । ଏଥିରେ ସରକାରଙ୍କର କୌଣସି ଭୂମିକା ନାହିଁ । ଫଡନବିଶ ଆହୁରି ମଧ୍ୟ କହିଛନ୍ତି କଙ୍ଗନା କୌଣସି ରାଜନେତା ନୁହେଁ । ଶିବସେନା ବିନା କାରଣରେ ଏହାକୁ ବଢାଇ ଚାଲିଛି । ପୂର୍ବରୁ ଫଡନବିଶ ଟୁଇଟ୍ କରି କହିଥିଲେ, କଙ୍ଗନା ରାନାୱତଙ୍କ ମାମଲା ସରକାରଙ୍କ ଦ୍ୱାରା ପ୍ରାୟୋଜିତ ଆତଙ୍କ । ଅନ୍ୟପଟେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱଲେ ଶୁକ୍ରବାର ମହାରାଷ୍ଟ୍ର ରାଜ୍ୟପାଳଙ୍କୁ ଭେଟି କଙ୍ଗନାଙ୍କୁ କ୍ଷତିପୂରଣ ଦେବାକୁ କହିଛନ୍ତି । ଯେମିତି ଭାବେ କଙ୍ଗନାଙ୍କ କାର୍ଯ୍ୟାଳୟକୁ ଭାଙ୍ଗି ଦିଆଯାଇଛି ତାହା ଆଦୌ ଠିକ୍ ନୁହେଁ ବୋଲି ଅଠାୱଲେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?