‘ଏମରଜେନ୍ସି’ର ରିଲିଜ ଡେଟ ଘୋଷଣା କଲେ କଙ୍ଗନା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ଏମରଜେନ୍ସି’ ପାଇଁ କିଛି ସମୟ ପାଇଁ ଚର୍ଚ୍ଚାରେ ଥିଲେ। ଏବେ ସେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପରେ ତାଙ୍କ ମୁଭିର ରିଲିଜ ଡେଟ ଘୋଷଣା କରିଛନ୍ତି। ‘ଏମରଜେନ୍ସି’ ଚଳିତ ବର୍ଷ ଜୁନରେ ପ୍ରେକ୍ଷାଳୟକୁ ଆସିବ। ଏହା ସହିତ କଙ୍ଗନା ରାନାୱତ ସୋସିଆଲ ମିଡିଆରେ ଫିଲ୍ମର ସର୍ବଶେଷ ପୋଷ୍ଟର ଶେୟାର କରିଛନ୍ତି, ଯେଉଁଥିରେ ତାଙ୍କୁ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଚରିତ୍ରରେ ଦେଖିବାକୁ ମିଳିଛି।

କଙ୍ଗନା ରାନାୱତ ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଫିଲ୍ମର ନୂଆ ପୋଷ୍ଟରର ଝଲକ ଦେଖାଇଛନ୍ତି ଯେଉଁଥିରେ ସେ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ପରି ଦେଖାଯାଉଛନ୍ତି। ଫିଲ୍ମର ପୋଷ୍ଟର ଶେୟାର କରିବାବେଳେ ସେ କ୍ୟାପସନରେ ଲେଖିଛନ୍ତି, ଭାରତର ଅନ୍ଧକାର ସମୟର କାହାଣୀ ଖୁଲାସା ହେବାକୁ ଯାଉଛି। ଜୁନ ୧୪, ୨୦୨୪ରେ ପ୍ରେକ୍ଷାଳୟରେ ଏହି ମୁଭି ମୁକ୍ତିଲାଭ କରିବ। ଏହି ଇତିହାସର ସାକ୍ଷୀ ହୁଅନ୍ତୁ କାରଣ ସବୁଠାରୁ ଆକ୍ରମଣାତ୍ମକ ପ୍ରଧାନମନ୍ତ୍ରୀ ପ୍ରେକ୍ଷାଳୟରେ ଗର୍ଜିିବାକୁ ପ୍ରସ୍ତୁତ।
ନ୍ୟୁଜ ଏଜେନ୍ସି ପିଟିଆଇ ଅନୁଯାୟୀ କଙ୍ଗନା ରାନାୱତ କହିଛନ୍ତି ଯେ ଏମରଜେନ୍ସି ହେଉଛି ମୋର ସବୁଠୁ ବଡ ପ୍ରକଳ୍ପ ଏବଂ ମାଣିକର୍ଣ୍ଣିକା ପରେ ଏହା ମୋର ଦ୍ୱିତୀୟ ନିର୍ଦ୍ଦେଶନା। ଆମର ବଡ ବଜେଟ ଏବଂ ପିରିୟଡ ଡ୍ରାମା ପାଇଁ ଭାରତୀୟ ତଥା ଆନ୍ତର୍ଜାତୀୟ ପ୍ରତିଭା ଏକାଠି ହୋଇଛନ୍ତି। ଏହାପୂର୍ବରୁ ଏହି ମୁଭି ଗତ ବର୍ଷ ନଭେମ୍ବର ୨୪ ରେ ରିଲିଜ ହେବାର ଥିଲା, କିନ୍ତୁ ପରେ ଏହାକୁ ସ୍ଥଗିତ ରଖାଯାଇଥିଲା।
କଙ୍ଗନା ରାନାୱତଙ୍କ ଫିଲ୍ମ ‘ଏମରଜେନ୍ସି’ ରେ ଅନୁପମ ଖେର, ମହିମା ଚୌଧୁରୀ, ମିଲିନ୍ଦ ସୋମନ, ଶ୍ରେୟସ ତଲପଡେ ଏବଂ ସ୍ବର୍ଗତ ଅଭିନେତା ସତୀଶ କୌଶିକ ପ୍ରମୁଖ ଭୂମିକାରେ ନଜର ଆସିବେ। ଏହି ଫିଲ୍ମର କାହାଣୀ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୀବନ ଏବଂ ତାଙ୍କ ରାଜନୈତିକ ଯାତ୍ରା ବିଷୟରେ କହିବ। କଙ୍ଗନା ରାନାୱତ କେବଳ ‘ଏମରଜେନ୍ସି’ ରେ ଇନ୍ଦିରା ଗାନ୍ଧୀଙ୍କ ଚରିତ୍ରରେ ଅଭିନୟ କରିନାହାଁନ୍ତି ବରଂ ସେ ନିଜେ ମଧ୍ୟ ଏହାର ନିର୍ଦ୍ଦେଶନା ଦେଇଛନ୍ତି। ଏହାପୂର୍ବରୁ ଅଭିନେତ୍ରୀ ଫିଲ୍ମ ‘ତେଜସ’ରେ ନଜର ଆସିଥିଲେ। ତେବେ ଏହି ଚଳଚ୍ଚିତ୍ରଟି ବକ୍ସ ଅଫିସରେ ଫ୍ଲପ ବୋଲି ପ୍ରମାଣିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri