ବଲିଉଡ୍‌ ତାରକାଙ୍କୁ ମୂର୍ଖ କହିଲେ କଙ୍ଗନା

ମୁମ୍ବାଇ: ଅଭିନେତ୍ରୀ ତଥା ଏମ୍‌ପି କଙ୍ଗନା ରାଣାଓ୍ବତ ରବିବାର ପୁଣିଥରେ ବଲିଉଡ୍‌ ତାରକାମାନଙ୍କୁ ଟାର୍ଗେଟ କରିଛନ୍ତି। ମୋଟିଭେଶ୍‌ନାଲ ସ୍ପିକର ରାଜ ଶାମନୀଙ୍କ ପୋଡ୍‌କାଷ୍ଟ ପ୍ରୋଗ୍ରାମରେ ଯୋଗଦେଇ କଙ୍ଗନା ବଲିଉଡ୍‌ ତାରକାମାନଙ୍କର ଜୀବନଶୈଳୀ ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ବଲିଉଡ୍‌ରେ ଚଳିପାରିବା ଭଳି ବ୍ୟକ୍ତି ନୁହନ୍ତି ଏବଂ କୌଣସି ବଲିଉଡ୍‌ ସେଲିବ୍ରିଟିଙ୍କ ସହ ତାଙ୍କର ବନ୍ଧୁତା ସମ୍ଭବ ନୁହେଁ ବୋଲି କଙ୍ଗନା କହିଛନ୍ତି। ସେହିପରି ବିଭିନ୍ନ ବଲିଉଡ୍‌ ପାର୍ଟିରେ ତାଙ୍କର ଅଭିଜ୍ଞତା ଅତ୍ୟନ୍ତ ଖରାପ ରହିଛି। କଙ୍ଗନା କହିଛନ୍ତି, ବଲିଉଡ୍‌ ସେଲିବ୍ରିଟିମାନେ ହେଉଛନ୍ତି ସବୁଠୁ ବଡ଼ ମୂର୍ଖ ଓ ବୋକା। ବ୍ରାଣ୍ଡେଡ୍‌ ବ୍ୟାଗ୍‌ ଓ କାର୍‌ ବ୍ୟତୀତ ଏହି ସେଲିବ୍ରିଟିମାନେ ଆଉ କିଛି ଜାଣନ୍ତି ନାହିଁ। ଏହିପରି ସେ ଅନେକ ବଲିଉଡ୍‌ ତାରକାଙ୍କୁ ଜାଣିଛନ୍ତି ବୋଲି କଙ୍ଗନା ଉକ୍ତ ସାକ୍ଷାତ୍‌କାରରେ କହିଛନ୍ତି। ଯଦି ବଲିଉଡ୍‌ ସେଲିବ୍ରିଟିମାନଙ୍କର କୌଣସି ଶୁଟିଂ ନ ଥାଏ ତେବେ ସେମାନଙ୍କର ଦିନଚର୍ଯ୍ୟା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିବ ବୋଲି କଙ୍ଗନା କହିଛନ୍ତି। ସେମାନେ ସକାଳେ ଉଠନ୍ତି, କିଛି ବ୍ୟାୟାମ କରନ୍ତି, ଦ୍ୱିପ୍ବହର ସମୟରେ ଖାଇ ପୁଣି ଶୋଇଯାଆନ୍ତି। ସାବେଳେ ଉଠି ଜିମ୍‌ ଯାଆନ୍ତି। ବିଳମ୍ବିତ ରାତ୍ରି ଯାଏ ବିଭିନ୍ନ ପାର୍ଟିରେ ଯୋଗଦେଇ ମଦ୍ୟପାନ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri