Posted inଜାତୀୟ

କଙ୍ଗନାଙ୍କର ଯୋଗ୍ୟତା ନାହିଁ ସଂସଦ ଯିବାର: କାହିଁକି ଏମିତି କହିଲେ ରବର୍ଟ ଭଦ୍ରା

ନୂଆଦିଲ୍ଲୀ,୩୧।୮: କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରା ଶନିବାର ଭାଜପା ଏମପି କଙ୍ଗନା ରାନାୱତଙ୍କୁ କଡ଼ା ଟାର୍ଗେଟ କରିଛନ୍ତି। ଏହି ସମୟରେ ରବର୍ଟ ଭଦ୍ରା କୃଷକଙ୍କ ବିରୋଧରେ କଙ୍ଗନାଙ୍କ ମନ୍ତବ୍ୟକୁ ସମାଲୋଚନା କରିଛନ୍ତି।
ରବର୍ଟ ଭଦ୍ରା କହିଛନ୍ତି ଯେ କଙ୍ଗନା ରାନାୱତ ଜଣେ ମହିଳା ଏବଂ ମୁଁ ତାଙ୍କୁ ସମ୍ମାନ କରେ, କିନ୍ତୁ ମୁଁ ଭାବୁଛି ସେ ସଂସଦରେ ରହିବାକୁ ଯୋଗ୍ୟ ନୁହଁନ୍ତି। ସେ ଶିକ୍ଷିତ ନୁହଁନ୍ତି । ମୁଁ ଭାବୁଛି ସେ ଲୋକମାନଙ୍କ ବିଷୟରେ ଭାବନ୍ତି ନାହିଁ । ସେ କେବଳ ନିଜ ବିଷୟରେ ଭାବନ୍ତି ।

ରବର୍ଟ ଭଦ୍ରା ଆହୁରି କହିଛନ୍ତି ଯେ କଙ୍ଗନା ମହିଳାମାନଙ୍କ ବିଷୟରେ ଚିନ୍ତା କରିବା ଉଚିତ୍‌। ସେ କହିଛନ୍ତି ମୋର ଆବେଦନ ହେଉଛି ସମଗ୍ର ଦେଶ ଏକାଠି ହୋଇ ମହିଳାଙ୍କ ସୁରକ୍ଷା ପ୍ରସଙ୍ଗରେ ଆଗକୁ ବଢିବା ଉଚିତ୍‌। ମହିଳାଙ୍କ ସୁରକ୍ଷାକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଭାବରେ ବର୍ଣ୍ଣନା କରି ସେ କହିଛନ୍ତି ଯେ ଏହାର ସମାଧାନ ପାଇଁ ସମସ୍ତ ରାଜନୈତିକ ଦଳ ଏକାଠି ହେବା ଦରକାର।
ସୂଚନାଯୋଗ୍ୟ, ହିମାଚଳ ପ୍ରଦେଶ ମଣ୍ଡିର ଏମପି ରାନାୱତ ସୋମବାର ଏକ ସାକ୍ଷାତକାର କ୍ଲିପ ପୋଷ୍ଟ କରି କହିଛନ୍ତି ଯେ ବାତିଲ ହୋଇଥିବା କୃଷି ଆଇନ ବିରୋଧରେ କୃଷକଙ୍କ ବିରୋଧ ସମୟରେ ଭାରତରେ ବାଂଲାଦେଶ ଭଳି ପରିସ୍ଥିତି ସୃଷ୍ଟି ହୋଇପାରେ, କିନ୍ତୁ ଦେଶର ଦୃଢ ନେତୃତ୍ୱ ପାଇଁ ଏଭଳି ପରିସ୍ଥିତି ସୃଷ୍ଟି ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri