କଙ୍ଗନା ରାଣାୱତଙ୍କୁ ପୁଣି ସମନ

ମୁମ୍ବାଇ,୧୮।୧୧: ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ଏବଂ ତାଙ୍କ ଭଉଣୀ ରଙ୍ଗୋଲି ଚାନ୍ଦେଲଙ୍କୁ ପୁଣି ସମନ କରିଛି ମୁମ୍ବାଇ ପୋଲିସ। ସୋଶିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ଦେଇ ଦୁଇ ଭଉଣୀ ଦୁଇ ଗୋଷ୍ଠୀ ମଧ୍ୟରେ ସାମ୍ପ୍ରଦାୟିକ ମତଭେଦ ସୃଷ୍ଟି କରିଥିବା ଅଭିଯୋଗ ହୋଇଛି। ବାନ୍ଦ୍ରା ମହାନଗର ନିଗମ ମାଜିଷ୍ଟ୍ରେଟ କୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କ ବିରୋଧରେ ଏହି ମାମଲା ରୁଜୁ ହୋଇଛି। ମୁମ୍ବାଇ ପୋଲିସ ଏହାପରେ ଦୁଇ ଭଉଣୀଙ୍କୁ ସମନ କରିଥିଲା। ହେଲେ ଭାଇର ବାହାଘର ଥିବା କହି ସ୍ଥଗିତ ରଖିବାକୁ ଦୁଇ ଭଉଣୀ ମୁମ୍ବାଇ ପୋଲିସକୁ କହିଥିଲେ। ଏବେ ଭାଇର ବାହାଘର ସରିବା ପରେ ମୁମ୍ବାଇ ପୋଲିସ ଦୁଇ ଭଉଣୀଙ୍କୁ ପୁଣିଥରେ ସମନ ପଠାଇଛି। ନଭେମ୍ବର ୨୩ ରୁ ୨୪ ତାରିଖ ମଧ୍ୟରେ ବାନ୍ଦ୍ରା ପୁଲିସ ନିକଟରେ ହାଜର ହେବାକୁ ସମନରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟମଣ୍ଡଳ କ୍ରୀଡ଼ା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri