‘ପାପ ବଢ଼ିଲେ ହୁଏ ସର୍ବନାଶ’

ମୁମ୍ବାଇ,୩୦।୬: ପୂର୍ବତନ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଇସ୍ତଫା ପରେ ଏବେ ରାଜ୍ୟ ନୂଆ ସରକାର ଗଢିବା ପାଇଁ ଭାଜପା ପସ୍ତୁତ ହେଉଛି। ଏହି ସମୟରେ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ଏକ ଭିଡିଓ ଶେୟାର କରି ଉଦ୍ଧବଙ୍କ ଉପରେ ରାଗ ଶୁଝାଇଛନ୍ତି।
କଙ୍ଗନା ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏକ ଭିଡିଓ ଶେୟାର କରିଛନ୍ତି। ଗୋଟିଏ ମିନିଟ୍‌ର ଏହି ଭିଡିଓରେ କଙ୍ଗନା ସ୍ପଷ୍ଟ ଭାବରେ ଉଦ୍ଧବ ଠାକରେଙ୍କୁ ଟାର୍ଗେଟ କରୁଛନ୍ତି। କଙ୍ଗନା କହିଛନ୍ତି, ଯେତେବେଳେ ପାପ ବଢିଯାଏ, ସେତେବେଳେ ବିନାଶ ହୁଏ। ଏହାପରେ ସୃଜନ ହୁଏ ଏବଂ ଜୀବନର ନୂଆ ପଦ୍ମ ଫୁଟେ। ଯେଉଁମାନେ ଗର୍ବ କରନ୍ତି,ସେମାନଙ୍କ ଗର୍ବ ଭାଙ୍ଗିବା ନିଶ୍ଚିତ। ହନୁମାନ ଜୀଙ୍କୁ ଶିବଙ୍କର ଦ୍ୱାଦଶ ଅବତାର ବୋଲି ବିବେଚନା କରାଯାଏ। ଶିବସେନା ହନୁମାନ ଚାଳିଶା ପାଠକୁ ବନ୍ଦ କରିବା ପରେ ଶିବ ତାଙ୍କୁ ରକ୍ଷା କରିପାରିଲେ ନାହିଁ।
୧୯୭୫ ପରେ ଏହି ସମୟ ଭାରତର ଗଣତନ୍ତ୍ରରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୟ। ୨୦୨୦ରେ ମୁଁ କହିଥିଲି ଗଣତନ୍ତ୍ର ହେଉଛି ଏକ ବିଶ୍ୱାସ ଏବଂ ଯିଏ କ୍ଷମତାର ଗର୍ବରେ ଏହି ବିଶ୍ୱାସକୁ ଭାଙ୍ଗେ, ତାଙ୍କର ଗର୍ବ ମଧ୍ୟ ଭାଙ୍ଗିଯିବ ନିଶ୍ଚିତ। ଏହା କୌଣସି ନିର୍ଦ୍ଦିଷ୍ଟ ବ୍ୟକ୍ତିର ଶକ୍ତି ନୁହେଁ। ଏହା ହେଉଛି ସଚ୍ଚୋଟ ଚରିତ୍ରର ଶକ୍ତି। ହର ହର ମହାଦେବ, ଜୟ ହିନ୍ଦ, ଜୟ ମହାରାଷ୍ଟ୍ର।
୨୦୨୦, ସେପ୍ଟେମ୍ବରରେ ଉଦ୍ଧବ ସରକାରଙ୍କ ନିର୍ଦ୍ଦେଶରେ ବିଏମ୍‌ପି ପକ୍ଷରୁ ବେଆଇନ ନିର୍ମାଣ ଅଭିଯୋଗରେ ପୋଷପାଲି ହିଲରେ ଥିବା କଙ୍ଗନାଙ୍କ ମଣିକର୍ଣ୍ଣିକା ଫିଲ୍ମସ ଅଫିସରେ ଭଙ୍ଗାରୁଜା କରାଯାଇଥିଲା। ତେବେ ଏନେଇ କଙ୍ଗନା ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବା ପରେ କୋର୍ଟ ଏହି ଭଙ୍ଗାରୁଜା ଉପରେ ରହିତାଦେଶ ଜାରି କରିଥିଲେ। ଏହାପରେ କଙ୍ଗନା କହିଥିଲେ, ଉଦ୍ଧବ ସରକାର ଆଜି ମୋ ଘର ଭାଙ୍ଗିଛ, କାଲି ତୁମ ଅହଙ୍କାର ଭାଙ୍ଗିବ। ଏବେ କଙ୍ଗନାଙ୍କ ପୂର୍ବର ଏହି ଭିଡିଓ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri