‘ପାପ ବଢ଼ିଲେ ହୁଏ ସର୍ବନାଶ’

ମୁମ୍ବାଇ,୩୦।୬: ପୂର୍ବତନ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଇସ୍ତଫା ପରେ ଏବେ ରାଜ୍ୟ ନୂଆ ସରକାର ଗଢିବା ପାଇଁ ଭାଜପା ପସ୍ତୁତ ହେଉଛି। ଏହି ସମୟରେ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ଏକ ଭିଡିଓ ଶେୟାର କରି ଉଦ୍ଧବଙ୍କ ଉପରେ ରାଗ ଶୁଝାଇଛନ୍ତି।
କଙ୍ଗନା ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏକ ଭିଡିଓ ଶେୟାର କରିଛନ୍ତି। ଗୋଟିଏ ମିନିଟ୍‌ର ଏହି ଭିଡିଓରେ କଙ୍ଗନା ସ୍ପଷ୍ଟ ଭାବରେ ଉଦ୍ଧବ ଠାକରେଙ୍କୁ ଟାର୍ଗେଟ କରୁଛନ୍ତି। କଙ୍ଗନା କହିଛନ୍ତି, ଯେତେବେଳେ ପାପ ବଢିଯାଏ, ସେତେବେଳେ ବିନାଶ ହୁଏ। ଏହାପରେ ସୃଜନ ହୁଏ ଏବଂ ଜୀବନର ନୂଆ ପଦ୍ମ ଫୁଟେ। ଯେଉଁମାନେ ଗର୍ବ କରନ୍ତି,ସେମାନଙ୍କ ଗର୍ବ ଭାଙ୍ଗିବା ନିଶ୍ଚିତ। ହନୁମାନ ଜୀଙ୍କୁ ଶିବଙ୍କର ଦ୍ୱାଦଶ ଅବତାର ବୋଲି ବିବେଚନା କରାଯାଏ। ଶିବସେନା ହନୁମାନ ଚାଳିଶା ପାଠକୁ ବନ୍ଦ କରିବା ପରେ ଶିବ ତାଙ୍କୁ ରକ୍ଷା କରିପାରିଲେ ନାହିଁ।
୧୯୭୫ ପରେ ଏହି ସମୟ ଭାରତର ଗଣତନ୍ତ୍ରରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୟ। ୨୦୨୦ରେ ମୁଁ କହିଥିଲି ଗଣତନ୍ତ୍ର ହେଉଛି ଏକ ବିଶ୍ୱାସ ଏବଂ ଯିଏ କ୍ଷମତାର ଗର୍ବରେ ଏହି ବିଶ୍ୱାସକୁ ଭାଙ୍ଗେ, ତାଙ୍କର ଗର୍ବ ମଧ୍ୟ ଭାଙ୍ଗିଯିବ ନିଶ୍ଚିତ। ଏହା କୌଣସି ନିର୍ଦ୍ଦିଷ୍ଟ ବ୍ୟକ୍ତିର ଶକ୍ତି ନୁହେଁ। ଏହା ହେଉଛି ସଚ୍ଚୋଟ ଚରିତ୍ରର ଶକ୍ତି। ହର ହର ମହାଦେବ, ଜୟ ହିନ୍ଦ, ଜୟ ମହାରାଷ୍ଟ୍ର।
୨୦୨୦, ସେପ୍ଟେମ୍ବରରେ ଉଦ୍ଧବ ସରକାରଙ୍କ ନିର୍ଦ୍ଦେଶରେ ବିଏମ୍‌ପି ପକ୍ଷରୁ ବେଆଇନ ନିର୍ମାଣ ଅଭିଯୋଗରେ ପୋଷପାଲି ହିଲରେ ଥିବା କଙ୍ଗନାଙ୍କ ମଣିକର୍ଣ୍ଣିକା ଫିଲ୍ମସ ଅଫିସରେ ଭଙ୍ଗାରୁଜା କରାଯାଇଥିଲା। ତେବେ ଏନେଇ କଙ୍ଗନା ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବା ପରେ କୋର୍ଟ ଏହି ଭଙ୍ଗାରୁଜା ଉପରେ ରହିତାଦେଶ ଜାରି କରିଥିଲେ। ଏହାପରେ କଙ୍ଗନା କହିଥିଲେ, ଉଦ୍ଧବ ସରକାର ଆଜି ମୋ ଘର ଭାଙ୍ଗିଛ, କାଲି ତୁମ ଅହଙ୍କାର ଭାଙ୍ଗିବ। ଏବେ କଙ୍ଗନାଙ୍କ ପୂର୍ବର ଏହି ଭିଡିଓ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri